ପ୍ରମୂଖ ଖବର
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର

Published By : Harapriya Sethi | January 5, 2025 7:41 AM

ବଲାଙ୍ଗୀର,୦୫/୦୧: ବଲାଙ୍ଗୀର ସହର ବିଶାଳ ମେଗାମାର୍ଟ ସମ୍ମୁଖରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ । ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । ବଲାଙ୍ଗୀର ସହରରେ ଏଭଳି ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବଲାଙ୍ଗୀର ସହରରେ ଥିବା ବିଶାଳ ମେଗାମାର୍ଟ ସମ୍ମୁଖରେ ଏକ ବାଇକ୍‌କୁ ଟ୍ରକ୍‌ଟି ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ହିଁ ଜଣଙ୍କ ପ୍ରାଣ ଚାଲିଯାଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.