ବଲାଙ୍ଗୀର,୦୫/୦୧: ବଲାଙ୍ଗୀର ସହର ବିଶାଳ ମେଗାମାର୍ଟ ସମ୍ମୁଖରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ । ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । ବଲାଙ୍ଗୀର ସହରରେ ଏଭଳି ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବଲାଙ୍ଗୀର ସହରରେ ଥିବା ବିଶାଳ ମେଗାମାର୍ଟ ସମ୍ମୁଖରେ ଏକ ବାଇକ୍‌କୁ ଟ୍ରକ୍‌ଟି ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ହିଁ ଜଣଙ୍କ ପ୍ରାଣ ଚାଲିଯାଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇଛି ପୋଲିସ ।