ପ୍ରମୂଖ ଖବର
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଟ୍ରକ୍‌କୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | December 18, 2024 7:39 AM

ଭଦ୍ରକ, ୧୮/୧୨: ବ୍ରେକ ଡାଉନ୍ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଲା ବାଇକ୍‌ । ଦୁର୍ଘଟଣାରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଦୁଇଜଣଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ୧୬ ନମ୍ୱର ଜାତୀୟ ରାଜପଥ ନୂଆ ବସ୍‌ ଷ୍ଟାଣ୍ଡ ବ୍ରିଜ ଉପରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ବ୍ରେକ୍‌ ଡାଉନ୍‌ ଟ୍ରକ୍‌ ରାସ୍ତା କଡ଼ରେ ଠିଆ ହୋଇଥିଲା । ଏହି ସମୟରେ ଏକ ବାଇକ୍‌ ଦୃତ ଗତିରେ ଆସି ଉକ୍ତ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତୁରନ୍ତ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରିଛି । ଏହା ସହ ବ୍ୟକ୍ତିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.