ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଜଣେ ମୃତ

Published By : Harapriya Sethi | January 6, 2025 10:25 AM

ବୁର୍ଲା,୦୬/୦୧: ବିଳମ୍ବିତ ରାତିରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ବାଇକ୍‌ରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌ । ଚାଲିଗଲା ଛାତ୍ରଙ୍କ ଜୀବନ । ମୃତ ଛାତ୍ର ଜଣକ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପିଜି ଦ୍ବିତୀୟ ବର୍ଷର ଛାତ୍ର ସାହିଲ ପ୍ରଧାନ (୨୪) ବୋଲି ଜଣାପଡ଼ିଛି । ସେ ବରଗଡ ଜିଲ୍ଲା କୁର୍ଲା ଗ୍ରାମର ବାସିନ୍ଦା । ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ଏଭଳି ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ସାହିଲ ଛାତ୍ରାବାସକୁ ନିଜ ବାଇକରେ ଫେରୁଥିଲେ । ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲେ ସାହିଲ । ଫଳରେ ସେ ବାଇକରୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ । ଏହା ଦେଖି ତାଙ୍କୁ ସାଙ୍ଗମାନେ ଉଦ୍ଧାର କରି ଚିକିତ୍ସା ପାଇଁ ବୁର୍ଲା ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ଶବ ଜବତ କରିଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି । ସାହିଲଙ୍କ ବିୟୋଗରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ମହଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଏହାକୁ ନେଇ ବିଶ୍ୱବିଦ୍ୟାଳୟ କୁଳପତି ଏବଂ କୁଳସଚିବ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.