ସିଆରପିଏଫ୍ ଫ୍ଲାଏ ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ, ଦୁଇ ଗୁରୁତର

ଭୁବନେଶ୍ବର ୨୫।୫; ଭୁବନେଶ୍ବର ସିଆରପିଏଫ୍ ଫ୍ଲାଏ ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବାଇକ ଉପରେ ମାଡ଼ିଯାଇଛି।

ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଗୁରୁତର ହୋଇଛନ୍ତି ବୋଲି ସୂଚନା ମିଳିଛି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି।

ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ତଦନ୍ତ ଜାରି ରହିଛି ବୋଲି ପୁଳିସ ସୂଚନା ଦେଇଛି।
