ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜନତା ମଇଦାନରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳିତ, ଭିସିରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

Published By : Harapriya Sethi | November 15, 2024 2:46 PM

ଭୁବନେଶ୍ୱର,୧୫/୧୧: ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନତା ମଇଦାନରେ ଶୁକ୍ରବାର ଆୟୋଜିତ ହୋଇଥିଲା ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭିସି ମାଧ୍ୟମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ବିର୍ସାମୁଣ୍ଡା ଜୟନ୍ତୀ ଓ ଜନ ଜାତୀୟ ଗୌରବ ଦିବସ ପାଳନ କରାଯାଇଥିଲା । 

ବିପ୍ଲବୀ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ୨୦୨୫ ମସିହାକୁ ଜନଜାତି ଗୌରବ ବର୍ଷ ରୂପେ ପାଳନ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏହି କ୍ରମରେ ନଭେମ୍ବର ୧୫ ତାରିଖରୁ ଓଡ଼ିଶାର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୨୪୦୮ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୬୬୭ଟି ଆଦିବାସୀ ବହୁଳ ରାଜସ୍ୱ ଗ୍ରାମରେ ସ୍ୱତନ୍ତ୍ର ପଲ୍ଲୀସଭା ଆୟୋଜନ କରାଗଲା । ଏହା ସହିତ ଜଙ୍ଗଲ ଅଧିକାର ଆଇନ ୱେବ୍‌ ପୋର୍ଟାଲର ଶୁଭାରମ୍ଭ କରାଯାଇ ପଟ୍ଟା ଆବଣ୍ଟନ କରାଗଲା । 

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଭେଙ୍କଟେଶ ଯୋଶୀ, କେନ୍ଦ୍ର ଶକ୍ତି, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେଶା ନାଏକ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ଅପରାଜିତା ଷଡଙ୍ଗୀ ଉପସ୍ଥିତ ଥିଲେ  ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.