ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ନିସ୍ଵାର୍ଥ ସେବାର ମୂର୍ତ୍ତିମନ୍ତ ପ୍ରତୀକ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ

Published By : Rasmita Pradhan | October 9, 2024 8:56 AM

ଭୁବନେଶ୍ଵର, ୦୯/୧୦ : ନିସ୍ଵାର୍ଥ ସେବାର ମୂର୍ତ୍ତିମନ୍ତ ପ୍ରତୀକ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆଜି ଜନ୍ମ ଜୟନ୍ତୀ। ଦୀନ, ଦୁଃଖୀ ରଙ୍କୀଙ୍କ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ମହାନ ଆତ୍ମଙ୍କୁ ଆଜି ଦେଶ ମନେ ପକାଉଛି। 

ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ ।  ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ  ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ  ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି  ପୀଡ଼ିତଙ୍କୁ ଉପଷମ ସାମଗ୍ରୀ ବାଣ୍ଟୁଥିଲେ । ପୁରୀରେ  ହଇଜା ରୋଗରେ ପୀଡ଼ିତ  ଲୋକଙ୍କ ସେବା ପାଇଁ ସେ  ପୁରୀ ସେବା ସମିତି ପ୍ରତିଷ୍ଠା କରିଥିଲେ । ଏହି ସଂଗଠନର ସାଥୀମାନଙ୍କ ସହ ସେ  ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର  ଇତ୍ୟାଦି କରୁଥିଲେ । ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ  ବିରୋଧରେ ଅନେକ ଓଡ଼ିଆ ନେତାଙ୍କ ସହ ମିଶି  ଗୋପବନ୍ଧୁ ଆନ୍ଦୋଳନ କରିଥିଲେ । ଦେଶସେବାରେ ଉଲ୍ଲେଖଯୋଗ୍ୟ ଅବଦାନ ଲାଗି ତାଙ୍କୁ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ କରାଯାଇଥିଲା । ୧୯୨୧ ମସିହାରେ ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ । ୧୮୭୭, ଅକ୍ଟୋବର  ୯ ତାରିଖରେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଗୋପବନ୍ଧୁ ଜନ୍ମଗ୍ରହଣ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.