ପ୍ରମୂଖ ଖବର
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ

Published By : Prameya | April 25, 2025 10:34 PM

ଯାଜପୁର,୨୫/୪ : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁରଠାରେ ଥିବା ରାମକୋ ସିମେଣ୍ଟ କାରଖାନା ପରିସରରେ ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କମ୍ପାନୀର ପ୍ରତିଷ୍ଠାତା ପି.ଏସି. ରାମସ୍ବାମୀ ରାଜାଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ କମ୍ପାନୀ ପରିସରରେ ଏକ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା। କମ୍ପାନି ପ୍ରତିଷ୍ଠାତାଙ୍କ ଉଦ୍ୟମରେ ଏଠାରେ ହଜାର ହଜାର ସଂଖ୍ୟାରେ କର୍ମଚାରୀ ନିଯୁକ୍ତି ପାଇପାରିଛନ୍ତି ।

ଏହି ଜନ୍ମ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ଅନାଥ ଆଶ୍ରମ, ଜରାଶ୍ରମରେ ଖାଦ୍ୟ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ କମ୍ପାନୀର ୟୁନିଟ ମୁଖ୍ୟଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। ଆଗାମୀ ଦିନରେ ମଧ୍ୟ କମ୍ପାନୀ ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.