ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ବିଶୋଇ ମିନି ଷ୍ଟାଡିୟମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରାଯିବ : ମୁଖ୍ୟମନ୍ତ୍ରୀ

Published By : Prameya | May 13, 2025 4:38 PM

ଭୁବନେଶ୍ୱର/ବିଶୋଇ ,୧୩ ।୫: ମୟୂରଭଞ୍ଜର ବିଶୋଇଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଊର୍ଦ୍ଧ୍ୱ  ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାପନ କରିଛନ୍ତି। ଏଥିସହିତ ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରାଯିବ।  ବିଶୋଇ ସ୍ଥିତ ମିନି ଷ୍ଟାଡିୟମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରାଯିବା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।  ଏଥିସହ ଷ୍ଟାଡିୟମରେ  ଧରଣୀଧରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ପାଇଁ  ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 

ବିଶୋଇ ମିନିଷ୍ଟାଡିୟମଠାରେ ଆୟୋଜିତ  କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୟୂରଭଞ୍ଜ ଜିଲ୍ଲାର ବିକାଶ ଯାତ୍ରାରେ ଏ ସବୁ ପ୍ରକଳ୍ପ ଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ଆଜି ଦିନଟି ଜିଲ୍ଲାବାସୀଙ୍କ  ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସମସ୍ତ ପ୍ରକଳ୍ପ ଗୁଡ଼ିକ ରାଇରଙ୍ଗପୁର, କୁସୁମି, ବିଜାତଳା, ବହଳଦା, ଜାମ୍‌ଦା, ତିରିଂ ଅଞ୍ଚଳରେ ବିକାଶର ଏକ ନୂଆଧାରା ସୃଷ୍ଟି କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୂଳଦୁଆ ପକାଇବ। ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ  ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ, ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ବ୍ୟାଙ୍କ ସୁବିଧା, ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ଆଦିବାସୀ ସଂସ୍କୃତି ଭବନ ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ସେ ପୁଣି କହିଥିଲେ ଯେ, ଗତ ୧୧ ମାସରେ ଆମେ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ସମର୍ଥ ହୋଇଛୁ। ଏହି ସ୍ୱଳ୍ପ ସମୟ ମଧ୍ୟରେ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲିବା ହେଉ କିମ୍ୱା ମା’ମାନଙ୍କ ପାଇଁ ସୁଭଦ୍ରା ହେଉ, କି ଚାଷୀ ଭାଇମାନଙ୍କ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ହେଉ ମାତ୍ର ୨୪ ମିନିଟରେ ନିର୍ଣ୍ଣୟ ନେଇଥିଲୁ । ଯାହା ଗତ ୨୪ ବର୍ଷରେ ହୋଇ ପାରି ନଥିଲା। ସୁଭଦ୍ରା ଓ ଚାଷୀମାନଙ୍କ ପାଇଁ ସହାୟତା ଆଜି ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜବୁତ୍‍ କରିଛି । ଆହୁରି ମଧ୍ୟ ଚାଷୀଭାଇ ମାନଙ୍କ ପାଇଁ ଆମେ ସିଏମ୍‍ କିଷାନ ଯୋଜନା ଆରମ୍ଭ କରିଛୁ। ସୁଭଦ୍ରା ଯୋଜନାରେ ଆଜି ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ଉପକୃତ ହୋଇଛନ୍ତି। ରାଜ୍ୟର ୧୭ ଲକ୍ଷ ମହିଳା ଆଜି ଲକ୍ଷପତି ଦିଦି ହୋଇଛନ୍ତି।

କେନ୍ଦ୍ରସରକାରଙ୍କ ସହଯୋଗରେ ଓଡ଼ିଶାରେ ଶିଳ୍ପାୟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବା ପାଇଁ ଯାଉଛି। ଆମ ସରକାର ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉତ୍କର୍ଷ ଓଡ଼ିଶାର ଅପାର ସଫଳତା ଆମ ପାଇଁ ଏହି ନୂଆ ସୁଯୋଗ ଆଣିଛି। ସମଗ୍ର ଓଡ଼ିଶାରେ ବ୍ୟାପକ ଶିଳ୍ପାୟନର ସମ୍ଭାବନା ସୃଷ୍ଟି ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଆଗାମୀ ଦିନରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ। ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ଆମ ସରକାର ହେଉଛି, ଲୋକଙ୍କ ସରକାର। ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ଶାସନ ବ୍ୟବସ୍ଥାରେ ଏଥିପାଇଁ ଆମେ ପରିବର୍ତ୍ତନ ଆଣିଛୁ । ବର୍ଷ ବର୍ଷ ଧରି ଲୋକଙ୍କ ଆପତ୍ତି ଅଭିଯୋଗ ସରକାର ଓ ଜନ ପ୍ରତିନିଧିମାନେ ଶୁଣୁ ନଥିଲେ। ଆମେ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛୁ। ସେଥିପାଇଁ ନିର୍ବାଚିତ ଲୋକ ପ୍ରତିନିଧିମାନେ ସିଧାସଳଖ ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ତାର ସମାଧାନର ବ୍ୟବସ୍ଥା କରୁଛନ୍ତି । ଓଡ଼ିଶାର ବିଶେଷ କରି ଗ୍ରାମାଞ୍ଚଳର ମହିଳାମାନେ ଆଜି ଆର୍ଥିକ ଦୃଷ୍ଟିକୋଣରୁ ସଶକ୍ତ ଓ ସ୍ୱାବଲମ୍ୱୀ ହୋଇଛନ୍ତି। ଓଡ଼ିଶାର ଗ୍ରାମାଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ପାଇଁ ନିଶ୍ଚିତ ରୂପେ ଏକ ଭଲ ସମୟ ଆସିଛି ବୋଲି ସେ କହିଥିଲେ।

୨୦୩୬ ସୁଦ୍ଧା ଏହି ସବୁ ଲକ୍ଷ୍ୟ ହାସଲ କରିବା ପାଇଁ ଆମେ ୩୬ଟି ସ୍ପଷ୍ଟ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’ ।  ଆପଣମାନଙ୍କ ସହଯୋଗରେ, ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ଗଢ଼ିବୁ ସମୃଦ୍ଧ ଓଡ଼ିଶା। ଏହା ହେବ ଆମ ସମସ୍ତଙ୍କର ସ୍ୱପ୍ନର ଓଡ଼ିଶା। ସମୃଦ୍ଧ ଓଡ଼ିଶାରେ ଆମେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ, ଭିତ୍ତିଭୂମି ଆଦି ସବୁ କ୍ଷେତ୍ରରେ  ଉତ୍କର୍ଷ ହାସଲ କରିବାର ଲକ୍ଷ୍ୟ ରଖିଛୁ । ତା’ସହିତ ସମାଜର ଶେଷଧାଡ଼ିରେ ରହୁଥିବା ଭାଇଭଉଣୀମାନଙ୍କୁ ଯେପରି ସବୁ ପ୍ରକାର ମୌଳିକ ସୁବିଧା ଉପଲବ୍‍ଧ ହେବ, ସେ ଦିଗରେ ମଧ୍ୟ ଆମର ଉଦ୍ୟମ ରହିଛି। ସମସ୍ତଙ୍କୁ ବିଶୁଦ୍ଧ ପାଣି, ଉନ୍ନତ ସ୍ୱାସ୍ଥ୍ୟ ସେବା, ଗୁଣାତ୍ମକ ବିଜୁଳି, ଗମନାଗମନ ସୁବିଧା ଏ ସବୁ ଉପଲବ୍‍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ  କହିଥିଲେ। 

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ହିତାଧିକାରୀଙ୍କୁ ମୃତ୍ୟୁ ସହାୟତା ରାଶି, ଶ୍ରମିକ ମାନଙ୍କ କନ୍ୟା ମାନଙ୍କ ପାଇଁ ବିବାହ ପ୍ରୋତ୍ସାହନ ରାଶି ଓ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ  ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ,ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ  ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ, ସାଂସଦ ମମତା ମହାନ୍ତ, ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୂରଭଞ୍ଜ ସାଂସଦ  ନବଚରଣ ମାଝୀ, ଉଦଳା ବିଧାୟକ ଭାସ୍କର ଚନ୍ଦ୍ର ମଢେଇ, ରାଇରଙ୍ଗପୁର ବିଧାୟକ, ଜଲେନ ନାଏକ,ବାରିପଦା ବିଧାୟକ, ପ୍ରକାଶ ସୋରେନ, ବାଙ୍ଗିରିପୋଷି ବିଧାୟିକା ସଞ୍ଜୀଳି ମୁର୍ମୁ,  ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ସାରସକଣା ବିଧାୟକ, ଭାଦବ ହାଁସଦା ସ୍ୱାଗତଭାଷଣ ଦେଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.