PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆନ୍ଧ୍ରପ୍ରଦେଶର ରାଜ୍ଯପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର ୧୬/୭: ଆନ୍ଧ୍ରପ୍ରଦେଶର ରାଜ୍ଯପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ । ଓଡିଶାର ବରିଷ୍ଠ ବିଜେପି ନେତା  ବିଶ୍ୱଭୂଷଣଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ଯପାଳ ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଓଡିଶାର ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ୫ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ ବିଶ୍ୱଭୂଷଣ ।

ରାଜ୍ୟପାଳ ପଦବୀରେ ନିଯୁକ୍ତ ହେବାନେଇ ପ୍ରତିକ୍ରିୟା ରଖିଛନ୍ତି ବିଶ୍ୱଭୂଷଣ । ସେ କହିଛନ୍ତି ଯେ ଜୁନ୍ ୩୦ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଏମିତି କିଛି ଘଟିବ ବୋଲି ସେ ଅନୁମାନ କରୁଥିଲେ । ସେ ଏହା ମଧ୍ଯ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ତାଙ୍କୁ ପରୋକ୍ଷରେ ଇଶାରା ଦେଇସାରିଥିଲେ । ଆନ୍ଧ୍ରପ୍ରଦେଶ ଭଳି ଏକ ବଡ଼ ରାଜ୍ୟର ରାଜ୍ୟପାଳ ଭାବେ ଦାୟିତ୍ୱ ମିଳିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଶା ଏବଂ ଆନ୍ଧ୍ର ପଡ଼ୋଶୀ ରାଜ୍ୟ ହୋଇଥିବାରୁ ବହୁତ କିଛି କରିବାର ସୁଯୋଗ ରହିଛି ବୋଲି ସେ କହିଛନ୍ତି ।