PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆନ୍ଧ୍ର ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ

ବିଜୟୱାଡ଼ା,୨୫/୦୭(ଏଜେନ୍ସି): ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ବିଜେପି ନେତା ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ବୁଧବାର ଶପଥ ଗ୍ରହଣ କରିଛନ୍ତି । ବିଜୟୱାଡ଼ାସ୍ଥିତ ନବନିର୍ମିତ ରାଜଭବନ ପରିସରରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଆନ୍ଧ୍ର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସି ପ୍ରବୀଣ କୁମାର ବିଶ୍ୱଭୂଷଣଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।
ଶପଥ ଗ୍ରହଣ ଉତ୍ସବରେ ନବ ନିର୍ବାଚିତ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ୍‌ ଜଗନ ମୋହନ ରେଡ୍ଡୀ, ତାଙ୍କ ମନ୍ତ୍ରିମଣ୍ଡଳ ସହଯୋଗୀ, ସମସ୍ତ ବିଧାୟକ, ମୁଖ୍ୟ ସଚିବ ଏଲ୍‌ ଭି ସୁବ୍ରମଣ୍ୟମ୍‌ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଏହାବ୍ୟତୀତ ରାଜ୍ୟ ବିଧାନସଭା ବାଚସ୍ପତି ତାମିନେନି ସୀତାରାମ ଓ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥିତ ଥିଲେ ।

ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଭାବେ ବିଶ୍ୱଭୂଷଣ ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ରେଡ୍ଡୀ ଏବଂ ଅନ୍ୟମାନଙ୍କ ସହ ସାକ୍ଷାତ କରିଥିଲେ । ଏହି ଅବସରରେ ପାରମ୍ପରିକ ଭାବେ ରାଜ୍ୟପାଳଙ୍କ ସହ ରେଡ୍ଡୀ ଓ ତାଙ୍କ ମନ୍ତ୍ରିମଣ୍ଡଳ ସହଯୋଗୀମାନେ ଗ୍ରୁପ୍‌ ଫଟୋ ନେଇଥିଲେ । ଉଲ୍ଲେଖଯୋଗ୍ୟ, ଆନ୍ଧ୍ର ବିଭାଜନ ପରେ ବିଶ୍ୱଭୂଷଣ ହେଉଛନ୍ତି ରାଜ୍ୟର ପ୍ରଥମ ପୂର୍ଣ୍ଣକାଳୀନ ରାଜ୍ୟପାଳ । ୨୦୧୪ରେ ଆନ୍ଧ୍ରଠାରୁ ତେଲଙ୍ଗାନା ପୃଥକ୍‌ ହୋଇଥିଲା । ଶପଥ ଗ୍ରହଣ ପୂର୍ବରୁ ମଙ୍ଗଳବାର ବିଶ୍ୱଭୂଷଣ ସପରିବାର ତିରୁପତି ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ ।

୮୫ ବର୍ଷୀୟ ବିଶ୍ୱଭୂଷଣ ଓଡ଼ିଶାର ଏକ ସ୍ୱାଧୀନତା ସଂଗ୍ରାମୀ ପରିବାରରେ ୧୯୩୪ ଅଗଷ୍ଟ ୩ରେ ଜନ୍ମଗ୍ରହଣ କରିଥିଲେ । ୧୯୬୧ରେ ସେ ଓଡ଼ିଶା ହାଇକୋର୍ଟରେ ଜଣେ ଓକିଲ ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ୧୯୭୧ରେ ସେ ଭାରତୀୟ ଜନ ସଂଘରେ ସାମିଲ ହୋଇଥିଲେ । ୧୯୭୭ରେ ସେ ପ୍ରଥମେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ରେ ବିଶ୍ୱଭୂଷଣ ବିଜେପିରେ ସାମିଲ ହୋଇଥିଲେ । ସେ ଦଳର ରାଜ୍ୟ ମୁଖ୍ୟ ଭାବେ ଦାୟିତ୍ୱ ସମ୍ଭାଳିଥିଲେ । ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନସଭାକୁ ୫ ଥର ନିର୍ବାଚିତ ହୋଇଥିଲେ । ୨୦୦୪ରେ ବିଜେଡି-ବିଜେପି ମେଣ୍ଟ ସରକାରାରେ ବିଶ୍ୱଭୂଷଣ ଜଣେ କ୍ୟାବିନେଟ୍‌ ମନ୍ତ୍ରୀ ରହିଥିଲେ ।