ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ, କ୍ୟାନସରରେ ଥିଲେ ପୀଡ଼ିତ

ଭୁବନେଶ୍ଵର, ୧୨/୦୮ : ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ। ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କ୍ୟାନସରରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ ବିତ୍ତିହୋତ୍ର। 

ସୂଚନାନୁଯାୟୀ, ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର। ୨୦୦୬ରେ ତାଙ୍କ ନାଁରେ ଜର୍ମାନ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ଆସିଥିଲା। ରାଜସ୍ଥାନ ଅଲୱାରକୁ ବୁଲିବାକୁ ଯାଇଥିବା ବେଳେ ଦୁଷ୍କର୍ମ ଅଭିଯୋଗ ଥିଲା। ଘଟଣାକୁ ନେଇ ବିତ୍ତିଙ୍କୁ ରାଜସ୍ଥାନ ପୋଲିସ ଗିରଫ କରିଥିଲା। ଶୁଣାଣିର ମାତ୍ର ୯ ଦିନ ପରେ ବିତ୍ତିହୋତ୍ରଙ୍କୁ ଦଣ୍ଡାଦେଶ ହୋଇଥିଲା। ୭ ବର୍ଷ ଜେଲ୍ ଏବଂ ୧୦ ହଜାର ଜରିମାନା କରିଥିଲେ କୋର୍ଟ। ପରେ ମାଙ୍କ ଦେହ ଖରାପ ଦର୍ଶାଇ ପାରୋଲରେ ଆସିଥିଲେ ବିତ୍ତିହୋତ୍ର। ପାରୋଲ ଅବଧି ଶେଷ ପରେ ବି ଆଉ ଜେଲ୍‌କୁ ଫେରିନଥିଲେ। ନିଜ ନାଁ ରାଘବ ରାଜନକୁ ବଦଳାଇ ଏକ ବ୍ୟାଙ୍କରେ ଚାକିରି କରୁଥିଲେ। ୭ ବର୍ଷ ଫେରାର୍ ରହିବା ପରେ ୨୦୧୩ରେ କେରଳରୁ ଧରାପଡ଼ିଥିଲେ। 









  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.