ପ୍ରମୁଖ ଖବର
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ଲାଗି ଆଜି ବିଜ୍ଞପ୍ତି: ୨୫ ଯାଏ ନାମାଙ୍କନ, ମେ ୧୩ରେ ମତଦାନ
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ସାଇକେଲ ରାଲି କରିବ ବିଜେଡି, ଆନନ୍ଦ ଭାବନଠାରୁ ଭୁବନେଶ୍ୱର ବିମାନ ବନ୍ଦର ଯାଏଁ ହେବ ରାଲି

ଭୁବନେଶ୍ଵର, ୦୩/୦୩ : ମାର୍ଚ୍ଚ ୫ ତାରିଖରେ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ସାଇକେଲ ରାଲି କରିବ ବିଜେଡି। ବିଜୁ ପଟ୍ଟନାୟକଙ୍କ କଟକସ୍ଥିତ ବାସଭବନ ଆନନ୍ଦ ଭାବନଠାରୁ ଏକ ସାଇକେଲ ଶୋଭାଯାତ୍ରା ଭୁବନେଶ୍ୱର ବିମାନ ବନ୍ଦର ବିଜୁ ପଟ୍ଟନାୟକ ପ୍ରର୍ତିମୂର୍ତ୍ତି ନିକଟକୁ ଆସିବ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛି ବିଜୁ ଜନତା ଦଳ।

ଏହି ସାଇକେଲ ରାଲିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେବା ସହ ସାଇକେଲ ଶୋଭାଯାତ୍ରାକୁ ସଫଳ କରିବା ପାଇଁ ଆହ୍ୱାନ କରିଛନ୍ତି ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ। ଏଥି ସହ ମାର୍ଚ୍ଚ ୫ ଜନ୍ମ ଜୟନ୍ତୀ ଠାରୁ ଏପ୍ରିଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ପର୍ଯ୍ୟନ୍ତ ସମସ୍ତ ନିର୍ବାଚନ ମଣ୍ଡଳୀରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତି ନିଆଯାଇଛି । ଏହି ସମୟରେ ତାଙ୍କ ସହ ଛାତ୍ର ସଭାପତି ଦେବୀ ପ୍ରସାଦ ତ୍ରିପାଠୀ, ଯୁବ ବ୍ୟାପାର ସାଧାରଣ ସମ୍ପାଦକ ତଥା ବିଧାୟକ ପ୍ରଣବ ବଲବନ୍ତରାୟ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.