ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଲୋୟର ପିଏମଜି ଖଣ୍ଡଯୁଦ୍ଧ : ଲୁହ ବୁହା ଗ୍ୟାସ୍ ମାଡ଼ରେ ବବି, ଡାନି ଓ ସୁଲତା ଆହତ, ଅରୁଣ ସାହୁଙ୍କୁ ଉଠାଇ ନେଲା ପୁଲିସ

Published By : Rasmita Pradhan | July 16, 2025 12:48 PM

ଭୁବନେଶ୍ଵର, ୧୬/୦୭ : ମୃତ ଏଫଏମ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନେଇ ରାଜଧାନୀ ହୁଲୁସ୍ତୁଲ। ଭୁବନେଶ୍ଵର ଲୋୟର ପିଏମଜିରେ ଖଣ୍ଡଯୁଦ୍ଧ। ଲୋକସେବା ଭବନ ଘେରାଉ ବେଳେ ବିଜେଡି କର୍ମୀ ଓ ପୁଲିସଙ୍କ ମଧ୍ୟରେ ଧସ୍ତାଧସ୍ତି। ବିଜେଡି କର୍ମୀଙ୍କ ଉପରକୁ ପାଣି ମାଡ ସହ ଲୁହାବହା ଗ୍ୟାସ୍‌ କଲା ପୁଲିସ। ଏହି ଲୁହାବୁହା ଗ୍ୟାସ୍‌ ମାଡରେ  ପ୍ରଣବପ୍ରକାଶ ଦାସ, ପ୍ରୀତିରଞ୍ଜନ ଘଡେଇ ଓ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ବିଜେଡି ନେତା ଅରୁଣ ସାହୁଙ୍କ ସମେତ ଶତାଧିକ ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଛି। 

ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାକୁ ନେଇ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରବା ସହିତ ମୁଖ୍ୟମନ୍ତ୍ରୀ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ, ବାଲେଶ୍ୱର ସାଂସଦ ଓ ବାଲେଶ୍ୱର ବିଧାୟକଙ୍କ ଇସ୍ତଫା ଦାବି କରିଛି । ଏନେଇ ଆଜି ଛାତ୍ର ଯୁବକ ଓ ମହିଳା କର୍ମକର୍ତ୍ତାମାନେ ରାସ୍ତାକୁ ଓହ୍ଳାଇଛନ୍ତି। ଲୋକସେବା ଭବନ ଘେରାଉ ବେଳେ ବିଜେଡି କର୍ମକର୍ତ୍ତାମାନେ ଲୋୟର ପିଏମ୍‌ଜିରେ ଉତ୍ତ୍ୟକ୍ତ ହୋଇ ପ୍ରଥମ ବାରିକେଡ୍ ଭାଙ୍ଗିଛନ୍ତି। ଆନ୍ଦୋଳନ ବେଳେ ପୁଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆଇନ ଶୃଙ୍ଖଳା ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କନିଶନରେଟ୍ ପୁଲିସ ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ଼ ଏବଂ ପରେ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଛି।

ଏହି ଖବରଟିକୁ ପଢନ୍ତୁ- ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଖଣ୍ଡଯୁଦ୍ଧ; ବିଜେଡିର ଲୋକସେବା ଭବନ ଘେରାଉ ବେଳେ ଧସ୍ତାଧସ୍ତି, ପାଣି ଓ ଟିୟର ଗ୍ୟାସ୍ ମାଡ଼ କଲା ପୁଲିସ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.