ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନ ଜିତିବୁ: ପ୍ରଣବ

ଭୁବନେଶ୍ୱର, ୨୨/୦୩: ବିଜେପି ପରେ ସ୍ପଷ୍ଟ କଲା ବିଜେଡି । ମିଶିବେନି ଦୁଇ ଦଳ ଏକାକୀ ଲଢ଼ିବେ । ଓଡ଼ିଶାରେ ୪ ପର୍ଯ୍ୟାୟରେ ଲୋକସଭା ସହ ବିଧାନସଭା ନିର୍ବାଚନ ହେବ । ଭୋଟ୍ ଲାଗି କୌଣସି ଦଳ ଏ ପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହାନ୍ତି । ବିଜେଡି-ବିଜେପି ମେଣ୍ଟ ନେଇ ହେଉଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି ।




ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ୍ କରି ଲେଖିଛନ୍ତି, ସମସ୍ତ ଆସନରେ ବିଜେଡି ଲଢ଼ିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି। ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ର୍ନିବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ । ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।

ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ (Cooperative Federalism) ଓ ରାଷ୍ଟ୍ରନୀତିଜ୍ଞତା (Statesmanship) ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ ।

ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି ଲେଖିଛନ୍ତି ପ୍ରଣବ । ଏହା ପୂର୍ବରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ୍ ଟ୍ୱିଟ୍ କରି ବିଜେପି ଏକାକୀ ଲଢ଼ିବ ବୋଲି ଘୋଷଣା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.