ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବ୍ରହ୍ମଗିରିରେ ପାଣ୍ଡିଆନ୍‌ଙ୍କ ପ୍ରଚାର, କହିଲେ- ଭୋଟ ପାଇଁ ମିଛ ପ୍ରତିଶ୍ରୁତି ଦେଉଛନ୍ତି ବିରୋଧୀ

ବ୍ରହ୍ମଗିରି ୧୮/୦୫ : ପୁରୀ ଜିଲ୍ଲା ବ୍ରହ୍ମଗିରିର କୃଷ୍ଣପ୍ରସାଦରେ ବିଜେଡି ନେତା ଭିକେ ପାଣ୍ଡିଆନ୍‌ଙ୍କ ମାରାଥନ୍ ନିର୍ବାଚନୀ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ  କଲେ ଭୋଟ ଭିକ୍ଷା। ସଭାମଞ୍ଚରୁ  ବିରୋଧୀଙ୍କୁ କଲେ ଟାର୍ଗେଟ । କହିଲେ ବିରୋଧୀ କେବଳ ମିଛ ପ୍ରତିଶ୍ରୁତି ଦେଉଛନ୍ତି । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବିଜେପି ଦଳରୁ ବହୁ ନେତା ଆସି କହୁଛନ୍ତି ଚିଲିକାରେ ସେତୁ କରିବେ । ୨୦୧୪ ନିର୍ବାଚନ ବେଳେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ଆସି କହିଥିଲେ ଚିଲିକାରେ ସେତୁ କରିବେ ବୋଲି, ଏ ପର୍ଯ୍ୟନ୍ତ ହେଲା କି ? କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ମତ ଚିଲିକା ଉପରେ ସେତୁ ହୋଇପାରିବ ନାହିଁ । ସେମାନଙ୍କ କଥାରେ ତାଳମେଳ ରହୁନି, କେବଳ ଲୋକଙ୍କୁ ଠକିବା ପାଇଁ କହୁଛନ୍ତି । ଭୋଟବେଳେ ବିଜେପି ଦଳ ଲୋକଙ୍କ ପ୍ରତି ଯେଉଁ ଆନ୍ତରିକତା ଦେଖାଉଛି, ଭୋଟ ପରେ ମଧ୍ୟ ଲୋକଙ୍କ ପ୍ରତି ସେଭଳି ଆନ୍ତରିକତା ସେମାନେ ରଖିବେ ବୋଲି ମୋର ଆଶା । ଯଦି ଚିଲିକାରେ ସେତୁ ହେବ, ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଁ କରିବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାନଦୀ, ବ୍ରାହ୍ମଣୀ ପରି ବଡ଼ ବଡ଼ ନଦୀରେ ସେତୁ କରିଛନ୍ତି, ଯଦି କେନ୍ଦ୍ର ସରକାରଙ୍କ ଅନୁମତି ମିଳିବ, ତେବେ ନବୀନ ବାବୁ ୩ ବର୍ଷ ମଧ୍ୟରେ ଚିଲିକା ଉପରେ ସେତୁ କରି ଦେଖାଇଦେବେ । ସେତୁ ନିର୍ମାଣ ପୂର୍ବରୁ ଚିଲିକାରେ ଯାତ୍ରୀବାହୀ ନୌକାସଂଖ୍ୟା ବୃଦ୍ଧି କରାଯିବ । ଚିଳିକାରେ ଡ୍ରେଜିଙ୍ଗ ପାଇଁ ୧୨.୭୦ କୋଟି ଟଙ୍କା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଫନୀ ବାତ୍ୟାବେଳେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା କୃଷ୍ଣପ୍ରସାଦ ବ୍ଲକ, ସେ ସମୟରେ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ପ୍ରତି ପଞ୍ଚାୟତକୁ, ମନ୍ତ୍ରୀ, ଏମ୍‍.ଏଲ୍‍.ଏ ଓ ଅଧିକାରୀମାନଙ୍କୁ ପଠାଇଥିଲେ ମୁଖ୍ୟମନ୍ତ୍ରୀ । ସେତେବେଳେ ଭୋଟ ନ ଥିଲା. ଲୋକଙ୍କ ସେବା ଓ ଭଲ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ଏହା କରିଥିଲେ  । ଏବେକାର ବିଧାୟକ ୫ ବର୍ଷ ମଧ୍ୟରେ ଥରେ ବି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଲୋକଙ୍କ ସମସ୍ୟା ନେଇ ଆସିନାହାନ୍ତି, ତା’ହେଲେ ସେ ଲୋକଙ୍କ ପାଇଁ କାମ କଣ କରିଛନ୍ତି ?  ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବାପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ ବନ୍ଦ । ଦ୍ୱିତୀୟ ଦସ୍ତଖତ ହେବ, ସମସ୍ତେ ବି.ଏସ୍‍.କେ.ୱାଇରେ ସାମିଲ ହେବେ । ତୃତୀୟ ଦସ୍ତଖତ, ୬୦ ବର୍ଷ ପରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ପେନସନ୍‍ ବ୍ୟବସ୍ଥା ।

  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.