ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବିଜେଡିର ନୂଆ ସାଙ୍ଗଠନିକ ଟିମ୍ ଗଠନ : ୭ ବରିଷ୍ଠ ଉପସଭାପତି, ୮ ଉପସଭାପତି ନିଯୁକ୍ତ

Published By : Suraj Kumar | May 5, 2025 4:32 PM

ଭୁବନେଶ୍ବର,୫।୫ :    ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆ ସାଙ୍ଗଠନିକ ଟିମ୍ ଗଠନ   କରିଛନ୍ତି।  ବିଭିନ୍ନ ପଦପଦବୀରେ ରହିଥିବା ବିଜେଡି ନେତାଙ୍କ ତାଲିକା ପ୍ରକାଶ ପାଇଛି। ବିଶେଷ କରି ଏଥିରେ ବରିଷ୍ଠକୁ  ଦାୟିତ୍ବ ଦିଆଯାଇଛି। 

ସାଙ୍ଗଠନିକ ଟିମ୍‌ରେ ୭ ଜଣ ବରିଷ୍ଠ ଉପ ସଭାପତି ରହିଛନ୍ତି । ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ  ବରିଷ୍ଠ ଉପସଭାପତି ଭାବେ ମୁଖ୍ୟାଳୟ ଦାୟିତ୍ବ ଦିଆଯାଇଛି।  ସେହିପରି ପ୍ରଫୁଲ ସାମଲ, ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁଙ୍କୁ ବରିଷ୍ଠ ଉପସଭାପତି ଦାୟିତ୍ବ ମିଳିଛି। 

ସାଙ୍ଗଠନିକ ଟିମ୍‌ରେ  ୮ ଜଣ ଉପସଭାପତି ରହିଛନ୍ତି । ପ୍ରତାପ ଜେନାଙ୍କୁ ଉପସଭାପତି ଭାବେ  ମୁଖ୍ୟାଳୟ ଦାୟିତ୍ବ ଦିଆଯାଇଛି । ଅତୁନ ସବ୍ୟସାଚୀ ନାୟକ, ରାଜେନ୍ଦ୍ର ଡୋଲକିଆ,ସଞ୍ଜୟ କୁମାର ଦାସବର୍ମା,  ରବିନାରାୟଣ ନନ୍ଦ, ଅଶ୍ବିନୀ କୁମାର ପାତ୍ର, ପ୍ରଣବ ପ୍ରକାଶ ଦାସ, ସାରଦା ପ୍ରସାଦ ନାୟକଙ୍କୁ ଉପସଭାପତି ଦାୟିତ୍ବ ମିଳିଛି। 

ସେହିପରି ସୁବାସ ସିଂ ଙ୍କୁ କୋଷାଧ୍ୟକ୍ଷ ଦାୟିତ୍ବ ଦିଆଯାଇଛି। । ୨୦ ଜଣ ବରିଷ୍ଠ ସାଧାରଣ ସଂପାଦକ ରହିଛନ୍ତି । ୩୫ ଜଣ ସାଧାରଣ ସଂପାଦକ ରହିଛନ୍ତି  । 

ସେହିପରି   ବିଜେଡି ପକ୍ଷରୁ ୬ ଜିଲ୍ଲାର ସଭାପତିଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି। ଭୁବନେଶ୍ବର ପାଇଁ ବରିଷ୍ଠ ନେତା ଅଶୋକ ପଣ୍ଡାଙ୍କୁ ସଭାପତି ଦାୟିତ୍ବ ଦିଆଯାଇଛି। ସେହିପରି ବିଜେଡି ସଭାପତି ବିଭିନ୍ନ ସଙ୍ଗଠନର  ଆବାହକଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.