ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଚନ୍ଦାହାଣ୍ଡିରେ ବିଜେଡିର ପଦଯାତ୍ରା : ବିଜେଡି ଶାସନ ସମୟର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ କଲେ ସଚେତନ

Published By : Suraj Kumar | October 2, 2024 8:27 PM

ଚନ୍ଦାହାଣ୍ଡି ୨।୧୦ - ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ବିଜୁ ଜନତା ଦଳର ସଭାପତି  ଗୌରହରି ନାୟକଙ୍କ ନେତୃତ୍ୱରେ  ଚନ୍ଦାହାଣ୍ଡି ବ୍ଲକରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଥିଲେ l ସମ୍ମାନୀତ ଅତିଥି  ଭାବରେ   ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି, ପୂର୍ବତନ ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ବରିଷ୍ଠ ନେତା ପ୍ରମୋଦ କୁମାର ପାଢ଼ୀ, ପୁରୁଷୋତ୍ତମ ପାରି  ବ୍ଲକ ଉପାଧ୍ୟକ୍ଷ ବାସୁଦେବ ଗୌଡ଼ ପ୍ରମୁଖ ମଞ୍ଚାସିନ ରହିଥିଲେ l   

ବିଜେଡି କାର୍ଯ୍ୟକର୍ତ୍ତା  ଚନ୍ଦାହାଣ୍ଡି ହାଟପଦା ଠାରୁ  ପାନାବେଡା ମହାବିଦ୍ୟାଳୟ ପର୍ଯ୍ୟନ୍ତ  ଦଳୀୟ ନାରାବାଜି ଦେବା ସହ  ମହିଳା ଏବଂ ପୁରୁଷ କର୍ମୀ   ବାଦ୍ୟର ତାଳେ ତାଳେ ନୃତ୍ୟ ପରିବେଶଣ କରି ଏକ ବିରାଟ ଶୋଭାଯାତ୍ରାରେ ବାହାରିଥିଲେ l  ଏହା ପରେ ଚନ୍ଦାହାଣ୍ଡି ହାତପଦା ଠାରେ ବିଜୁ ଜନତା ଦଳର ସଭାପତି ଗୌର ହରି ନାୟକଙ୍କ ସଭାପତିତ୍ୱରେ ଏକ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା l ବୈଠକରେ ବିଜୁ ଜନତା ଦଳର ଶାସନ କାଳରେ ପ୍ରଣିତ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ  କହିଥିଲେ।    ବର୍ତ୍ତମାନର ବିଜେପି ସରକାର ଜନସାଧାରଣଙ୍କୁ  ମିଛ ପ୍ରତିଶ୍ରୁତି ଦେଇ ଭୋଟ ହାତେଇ କ୍ଷମତା ଦଖଲ ପରେ ପ୍ରତିଶ୍ରୁତି ଭୁଲିଯିବାକୁ ନେଇ ସମାଲୋଚନା କରାଯାଇଥିଲା l   ଏଥିରେ ଯୁବ ନେତା ତ୍ରିନାଥ ଦାଶ, ମୋତିଲାଲ ସାହୁ, ପୂନ୍ୟଶେଖର ପାରି, ଯୁଗେଶ୍ବର ନାଗ ପ୍ରମୁଖ କର୍ମୀ ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିବା ସହ ୨ହଜାର ରୁ ଊର୍ଦ୍ଧ ଜନସାଧାରଣ ଉପସ୍ଥିତ ରହିଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.