ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ପରାଜୟକୁ ସାଦରରେ ଗ୍ରହଣ କରୁଛି, ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ : ନବୀନ

ଭୁବନେଶ୍ଵର, ୦୮/୦୬ : ନିର୍ବାଚନରେ ପରାଜୟ ପରେ ପ୍ରତିକ୍ରିୟା ରଖିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ଯେ, ଗଣତନ୍ତ୍ରରେ ହାର୍ ଜିତି ଲାଗି ରୁହେ। ପରାଜୟକୁ ସାଦରରେ ଗ୍ରହଣ କରୁଛି। ସରକାର ଓ ଦଳର କାର୍ଯ୍ୟ ପାଇଁ ଆମେ ଗର୍ବିତ। ବାରମ୍ବାର ମୁଖ୍ୟମନ୍ତ୍ରୀ କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ। ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ ସ୍ଵୀକାର କରୁଛୁ। ପରାଜୟ ସତ୍ତ୍ଵେ ରାଜ୍ୟବାସୀଙ୍କ ପାଇଁ ସେବା ଜାରି ରଖିବି। 

ସେହିପରି ଭି.କେ ପାଣ୍ଡିଆନଙ୍କୁ ନେଇ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ। ପାଣ୍ଡିଆନ ମୋର ଉତ୍ତରାଧିକାରୀ ନୁହଁନ୍ତି ବୋଲି ମୁଁ ସ୍ପଷ୍ଟ କରିଛି। ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ। ସେ କୌଣସି ପଦ ପଦବୀରେ ନାହାଁନ୍ତି କି ନିର୍ବାଚନ ଲଢି ନାହାଁନ୍ତି। ଦୁଇଟି ସାଇକ୍ଲୋନ ସମୟରେ ସେ ଓଡ଼ିଶା ପାଇଁ କାମ କରିଛନ୍ତି। ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ବାଛିବେ। ମୋ ସ୍ଵାସ୍ଥ୍ୟାବସ୍ଥାକୁ ନେଇ ମଧ୍ୟ ପ୍ରଶ୍ନ କରାଯାଇଛି। ମୁଁ ପୁରା ସୁସ୍ଥ ଅଛି, ଦଳ ପାଇଁ ନିର୍ବାଚନ ପ୍ରଚାର କରିଛି।  


 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.