PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

କୃଷକମାନଙ୍କ ସମସ୍ତ ଧାନ କ୍ରୟ ସହିତ ଏମ୍‍ଏସ୍‍ପିକୁ ନିଶ୍ଚିତ କରୁ କେନ୍ଦ୍ର: ବିଜେଡି

ବରଗଡ଼, ୦୭/୦୨ : କେନ୍ଦ୍ର ସରକାର ଚଳିତ ବର୍ଷର ବଜେଟରେ ଧାନ କ୍ରୟ କ୍ଷେତ୍ରରେ ୨୦,୦୦୦ କୋଟି ଟଙ୍କାର ବୃହତ୍‍ ରାଶି ହ୍ରାସ କରିଛନ୍ତି । ସ୍ୱାମୀନାଥନ୍‌ କମିଶନ ରିପୋର୍ଟ ସୁପାରିଶ କାର୍ଯ୍ୟକାରିତା ବିଷୟ ବି ଭୁଲିଯାଇଛନ୍ତି । ଏହି ବୃହତ୍‍ ୨୦,୦୦୦ କୋଟି ଟଙ୍କା ହ୍ରାସ ଯୋଗୁଁ କୃଷକମାନେ ସେମାନଙ୍କର ଏମ୍‌ଏସ୍‌ପି ପାଇବାରେ ଅସମର୍ଥ ହେବେ ଏବଂ ଧାନ କିଣା କ୍ରମଶଃ ହ୍ରାସ ପାଇବ । ଏହା ଓଡ଼ିଶାର କୃଷକମାନଙ୍କୁ ବିଶେଷ ଭାବରେ ପଶ୍ଚିମ ଓଡ଼ିଶାର କୃଷକଙ୍କୁ ପ୍ରଭାବିତ କରିବ ଏବଂ ସେମାନଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପକାଇବ ବୋଲି ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ।

ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ବଜେଟ୍‍ରେ ଅର୍ଥ ହ୍ରାସ ଯୋଗୁଁ କେନ୍ଦ୍ର ଏମ୍‌ଏସ୍‌ପିକୁ ୧.୫ ଗୁଣ ବୃଦ୍ଧି କରିବ ନାହିଁ ଏବଂ ଧାନର କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ କରିବା ପାଇଁ ଚାଷୀଙ୍କ ଦାବି ଅନୁଯାୟୀ ଓଡ଼ିଶା ବିଧାନସଭାରେ ପାରିତ ସର୍ବସମ୍ମତ ପ୍ରସ୍ତାବକୁ ମଧ୍ୟ ପୁଣିଥରେ ପ୍ରତ୍ୟାଖାନ କରିବ । ଯାହାଦ୍ୱାରା ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଦୁଃଖ ଏବଂ ଯନ୍ତ୍ରଣା ପାଇବେ । କେନ୍ଦ୍ର ମଧ୍ୟ ଓଡ଼ିଶାରୁ ଖାଦ୍ୟଶସ୍ୟ କ୍ରୟ ଲକ୍ଷ୍ୟକୁ ହ୍ରାସ କରିଛି । ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଦ୍ୱାରା ଓଡ଼ିଶାରୁ ବର୍ଷକୁ ୧୮ ଲକ୍ଷ ମେଟ୍ରିକ ଟନ୍‍ ଚାଉଳ ଉଠାଯାଉଛି। ବର୍ତ୍ତମାନ ୨୦୨୨-୨୩ ପାଇଁ କେନ୍ଦ୍ର ଏହାକୁ ୮୦ଧ ହ୍ରାସ କରି ମାତ୍ର ୪ ଲକ୍ଷ ଟନ୍‍ କରିଛି ।

କେବଳ ଓଡ଼ିଶାର ବରଗଡ ଜିଲ୍ଲା ୪ ଲକ୍ଷ ଟନ୍‍ ଚାଉଳ ଉତ୍ପାଦନ କରେ, ବାକି ୨୯ଟି ଜିଲ୍ଲାର ଅବସ୍ଥା କ’ଣ ହେବ ? ସେହି ୨୯ଟି ଜିଲ୍ଲାର କୃଷକମାନେ କେଉଁଠାରେ ସେମାନଙ୍କର ଧାନ ବିକ୍ରି କରିବେ ? କେନ୍ଦ୍ର ଏହା ଉପରେ ସମ୍ପୂର୍ଣ୍ଣ ନିରବ ରହିଛି । କେନ୍ଦ୍ରର ଏଭଳି ଅନ୍ୟାୟ ଯୋଗୁଁ ପଶ୍ଚିମ ଓଡ଼ିଶାର କୃଷକମାନେ ଅଧିକ କ୍ଷତିଗ୍ରସ୍ତ ହେବେ । ପଶ୍ଚିମ ଓଡିଶାର ପାଞ୍ଚ ଜଣ ବିଜେପି ସାଂସଦ କ’ଣ କରୁଛନ୍ତି ? ସେମାନେ ୨୦୧୯ରେ ପଶ୍ଚିମ ଓଡିଶାର ଲୋକମାନଙ୍କ ଦ୍ୱାରା ନିର୍ବାଚିତ ହୋଇଥିଲେ ମଧ୍ୟ ଧାନ କ୍ରୟ ପାଇଁ ସେମାନେ ପଶ୍ଚିମ ଓଡିଶାର କୃଷକଙ୍କ ସପକ୍ଷରେ ପଦୁଟିଏ ହେଲେ କହୁ ନାହାଁନ୍ତି ।

୨୦୨୪ରେ ସେମାନେ ପୁଣି ଥରେ ସେହି ଭୋଟରଙ୍କୁ କିପରି ସାମ୍ନା କରିବେ, ଯେଉଁମାନେ ୨୦୧୯ରେ ସେମାନଙ୍କୁ ବିଶ୍ୱାସ କରିଥିଲେ? ଧାନ କ୍ରୟ ସହ ପଶ୍ଚିମ ଓଡିଶାର କୃଷକଙ୍କ ସ୍ୱାର୍ଥ ପାଇଁ ପାଟି ନଖୋଲି ଓଡିଶାର କେନ୍ଦ୍ର ମନ୍ତ୍ରୀମାନେ କାହିଁକି ଚୁପ୍‌ ରହିଛନ୍ତି? ପଶ୍ଚିମ ଓଡ଼ିଶାର କୃଷକ ଏବଂ ଭୋଟରମାନେ ଭବିଷ୍ୟତରେ ଓଡିଶା ବିଜେପିର କେନ୍ଦ୍ରୀୟ ମନ୍ତ୍ରୀ ଏବଂ ପଶ୍ଚିମ ଓଡିଶାର ବିଜେପି ସାଂସଦଙ୍କ ଏଭଳି ନିରବତା ଦେଖି ସେମାନଙ୍କୁ ଆଉ ବିଶ୍ୱାସ କରିବେ
କି ବୋଲି ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି । ଆମେ ଦାବି କରୁଛୁ ଯେ ଓଡ଼ିଶା ଚାଷୀଙ୍କର ସ୍ୱାର୍ଥ ବିଶେଷକରି ପଶ୍ଚିମ ଓଡିଶା ଚାଷୀଙ୍କର ସ୍ୱାର୍ଥ ଦୃଷ୍ଟିରୁ ସମସ୍ତ
ବଳକା ଖାଦ୍ୟ ଶସ୍ୟକୁ ଧାନ କିଣା ପ୍ରକ୍ରିୟାରେ କେନ୍ଦ୍ର ସରକାର ଖରିଦ କରନ୍ତୁ ଏବଂ ଓଡିଶାର କୃଷକମାନେ କୌଣସି ସ୍ଥିତିରେ ଯେଭଳି ଏମ୍‌ଏସ୍‌ପିରୁ ବଞ୍ଚିତ ହେବେ ନାହିଁ ତାହା ନିଶ୍ଚିତ କରନ୍ତୁ ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ।