ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଶଙ୍ଖ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ବିଜେଡି ସୁପ୍ରିମୋ

Published By : Prameya | January 26, 2025 11:13 AM

ଭୁବନେଶ୍ୱର ୨୬/୦୧: ଶଙ୍ଖ ଭବନରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଜାତୀୟ ସଂଗୀତ ଏବଂ ଜୟହିନ୍ଦ୍‌ ଧ୍ୱନିରେ କମ୍ପିଥିଲା ବିଜେଡି କାର୍ଯ୍ୟାଳୟ। ଏହି ଅବସରରେ  ସଭାପତି ଦଳୀୟକର୍ମୀଙ୍କୁ ଏକାଠି ହୋଇ ସଂଗଠନ ମଜବୁତ କରିବାକୁ ଆହ୍ବନ ଦେଇଥିଲେ। ଗଣତନ୍ତ୍ର ଦିବସ ଅବସରରେ ବିଜେଡି ବରିଷ୍ଠ ନେତା ଦେବୀ ମିଶ୍ର, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନ।, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ଲେଲିନ୍ ମହାନ୍ତି ଓ ବିଜେଡ଼ି ବରିଷ୍ଠ ନେତା,ଯୁବ ନେତା,କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.