ଫୁଲବାଣୀ,୨୫/୦୬: ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା କହିଛି ବିଜୁ ଜନତା ଦଳ । ନାରୀ ନିର୍ଯାତନା, ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ବଢିଛି । ଗୋପାଳପୁର ଗଣଦୁଷ୍କର୍ମ, ଟିକାବାଲିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା କରାଯାଇଛି । ଏହାର ପ୍ରତିବାଦରେ ଆଜି ଫୁଲବାଣୀ ସ୍ୱୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।
ଛାତ୍ର ବିଜେଡି ସଭାପତି ସୁନୀଲ ସେଠୀ, ଯୁବ ବିଜେଡି ସଭାପତି ବିଷ୍ଣୁ ଚରଣ ମଲ୍ଲିକଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶତାଧିକ ଦଳୀୟ କର୍ମୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଜିଲ୍ଲାର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।