ପ୍ରମୂଖ ଖବର
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେକ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ବୁଥ୍ ଭିତରେ ପଶି ଇଭିଏମ୍ ଭଙ୍ଗାରୁଜା କରିବା ଘଟଣା, ପ୍ରଶାନ୍ତ ଜଗଦେବ ଗିରଫ

ଭୁବନେଶ୍ଵର, ୨୬/୦୫ : ବୁଥ୍ ଭିତରେ ପଶି ଇଭିଏମ୍ ଭଙ୍ଗାରୁଜା କରିବା ଘଟଣା। ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗିରଫ। ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରିଛି। 

ସୂଚନାନୁଯାୟୀ, ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ନଂ ବୁଥ୍‌ରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ୍ ଭଙ୍ଗାରୁଜା କରିବା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଯାଇଛି। ତେବେ ପ୍ରଶାନ୍ତଙ୍କ ଗିରଫଦାରିକୁ ନେଇ ବିଜେପି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହା ପୋଲିସର ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ ଅଭିଯୋଗ ହୋଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.