ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବିଜେପିର ଷ୍ଟାର ପ୍ରଚାରକ ତାଲିକାରୁ ବାଦ୍‌ ପଡ଼ିଲେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାର

Published By : Tapas Panda | April 13, 2024 1:10 PM

Image Courtesy: indiatoday

ମୁମ୍ବାଇ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରୁ ବାଦ ପଡ଼ିଲେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ।  ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ବରିଷ୍ଠ ନେତାଙ୍କୁ ଷ୍ଟାର୍ କ୍ୟାମ୍ପେନର୍ ତାଲିକାରୁ ବାଦ୍ ଦେଇଛି ବିଜେପି । ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ଅନୁସାରେ, କେବଳ ଦଳୀୟକର୍ମୀ କିମ୍ବା ଦଳୀୟ ନେତା ଷ୍ଟାର୍ ପ୍ରଚାରକ ତାଲିକାରେ ରହିପାରିବେ । ଅନ୍ୟ ଦଳର ନେତା-ମନ୍ତ୍ରୀ ଏଥିରେ ସାମିଲ ହୋଇପାରିବେ ନାହିଁ ।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ନିର୍ବାଚନ ଆୟୋଗଙ୍କ ନିକଟରେ ୪୦ ଜଣିଆ ଷ୍ଟାର୍ ପ୍ରଚାରକଙ୍କ ସଂଶୋଧିତ ତାଲିକା ଦାଖଲ କରିଛି। ଏଥିରେ ଏକନାଥ ସିନ୍ଦେ ଓ ଅଜିତ ପାୱାରଙ୍କ ନାମ ନାହିଁ । ଏକନାଥ ସିନ୍ଦେ ଶିବସେନା ଗୋଷ୍ଠୀ ଏବଂ ଅଜିତ ପାୱାର ନ୍ୟାସନାଲ୍ କଂଗ୍ରେସ ପାର୍ଟିର ହୋଇଥିବାରୁ ସେମାନେ ବିଜେପି ଷ୍ଟାର୍ ପ୍ରଚାରକ ତାଲିକାରେ ରହିପାରିବେ ନାହିଁ । 

ଅନ୍ୟପଟେ ଶିବସେନାର ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହ, ଦେବେନ୍ଦ୍ର ଫଡ଼ାନାଭିସ ଏବଂ ଅଜିତ ପାଓ୍ବାରଙ୍କ ନାଁ ସାମିଲ ଥିଲା । ମହାରାଷ୍ଟ୍ରରେ ଆସନ୍ତା ଏପ୍ରିଲ ୧୯ରୁ ମେ ୨୦ ପର୍ଯ୍ୟନ୍ତ ପାଞ୍ଚଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଜୁନ ୪ରେ ଫଳାଫଳ ପ୍ରକାଶ ପାଇବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.