ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ

Published By : Harapriya Sethi | July 9, 2025 12:33 PM

ଭୁବନେଶ୍ୱର, ୦୯/୦୭: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍  ଜାମିନ ଆବେଦନ ଶୁଣାଣି କରି ଜାମିନ ଦେଇଛନ୍ତି । ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ସର୍ତ୍ତମୂଳକ ବେଲ୍ ମିଳିଛି । ଜଣେ ଜାମିନ୍‌ଦାର ଓ ୩୦ ହଜାର ଟଙ୍କା ବଦଳରେ ଜାମିନ୍ ମିଳିଛି । ଏନେଇ ସୂଚନା ଦେଇଛନ୍ତି ଜଗା ପ୍ରଧାନଙ୍କ ଓକିଲ ଚିତ ରଞ୍ଜନ ଦାସ । 

ସୂଚନା ମୁତାବକ, ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ କରିଥିଲା କମିଶନରେଟ୍ ପୁଲିସ । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିଶନରେଟ ପୁଲିସ ତାଙ୍କୁ ଗିରଫ କରିଥିଲା। ଆକ୍ରମଣ ପାଇଁ ଷଡଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ଏହାପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ୍‌ ନିଆଯାଇଥିଲା । ସେଠାରେ ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କ ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଯାଇଥିଲେ ଜଗନ୍ନାଥ ପ୍ରଧାନ।

ସୂଚନାଯୋଗ୍ୟ ଯେ, ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ବିଏମସି କାର୍ଯ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୁଲିସ ୫ ଜଣଙ୍କୁ ଗିରଫ କରିଥିଲା । ଏହାପରେ ଜୁଲାଇ ୩ ତାରିଖ ଅର୍ଥାତ୍ ଗୁରୁବାର ଜଗନ୍ନାଥ ପ୍ରଧାନ ଡିସିପି ଅଫିସ ଆସି ଆତ୍ମସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.