ପ୍ରମୂଖ ଖବର
  • ଗୋରୁ ବୋଝଇ ପିକଅପ୍‌କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୁଲିସ: ୬ ଗୋରୁ ଉଦ୍ଧାର, ଡ୍ରାଇଭର ଓ ହେଲପର୍‌ ଫେରାର
  • ||
  • ବଜ୍ରପାତରେ CRPF ଡେପୁଟି କମାଣ୍ଡାଣ୍ଟ ମୃତ, ୩ ଯବାନ ଗୁରୁତର
  • ||
  • ଅନୁଗୁଳ ଅବକାରୀ ବିଭାଗକୁ ବଡ଼ ସଫଳତା; ୨୨ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ଗିରଫ
  • ||

ବିଜେପି ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କୃଷକ ମୋର୍ଚ୍ଚା ପକ୍ଷରୁ ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଓ ଜନଶୁଣାଣୀ କାର୍ଯ୍ୟକ୍ରମ,ଯୋଗଦେଲେ ଦୁଇ ମନ୍ତ୍ରୀ, ସାଂସଦ ଓ ବିଧାୟକ

Published By : Bijay Swain | May 15, 2025 5:31 PM

କରଞ୍ଜିଆ ୧୫/୫(ଆ:ପ୍ର): ବିଜେପି କୃଷକ ମୋର୍ଚ୍ଚା ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା ପକ୍ଷରୁ ଆଜି ସାଇ ସାଗର କନକ୍ଲେବ ଠାରେ ଚାଷୀଙ୍କୁ ଧାନ କ୍ୱଣ୍ଟାଲ ପ୍ରତି ସର୍ବନିମ୍ନ ୩୧୦୦ ଟଙ୍କା ଓ ଧାନ ବିକ୍ରିର ୪୮ ଘଣ୍ଟା ମଧ୍ୟରେ ସମସ୍ତ ପଞ୍ଜିକୃତ ଚାଷୀ ଅର୍ଥ ପାଇଥିବାରୁ ଓ ସମସ୍ତ ପଞ୍ଜିକୃତ ଚାଷୀଙ୍କ ଠାରୁ ଧାନ କ୍ରୟ ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଓ ଯୋଗାଣ ଖାଉଟି କଲ୍ୟାଣ ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସ୍ୱତନ୍ତ୍ର ଅତିଥି ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଶ୍ରମ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ସମ୍ମାନିତ ଅତିଥି କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ , ଉପସଭାପତି ପୁଲିନ ପ୍ରକାଶ ପୁହାଣ, ସମ୍ପାଦକ ବିକ୍ରମ କେଶରୀ ରାଉତରାୟ,ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା ସଭାପତି ଜୁରିଲାଲ ମହାନ୍ତ, ପୁର୍ବତନ ଜିଲ୍ଲା ସଭାପତି କୃପାସିନ୍ଧୁ ମହାନ୍ତ, ଜିଲ୍ଲା ପ୍ରଭାରୀ କୃଷକ ମୋର୍ଚ୍ଚା ଶ୍ରୀଧର ସାହୁ ପ୍ରମୁଖ ଯୋଗଦାନ କରିଥିଲେ।। କାର୍ଯ୍ୟକ୍ରମ ପରିଚାଳନା ମୟୂରଭଞ୍ଜ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ମଦନମୋହନ ମହାନ୍ତ କରିଥିଲେ। ଅତିଥି ପରିଚୟ ବିମଳ ସେନାପତି ପ୍ରଦାନ କରିଥିଲେ। 

ପ୍ରାରମ୍ଭରେ ଅତିଥି ଗଣଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପ୍ରାରମ୍ଭିକ ଅଭିଭାଷଣରେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ ଉପସ୍ଥିତ ନେତା ମାନଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃଷକ ମାନଙ୍କ ପ୍ରତି ଥିବା ଅନୁରାଗ ପାଇଁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ। ମୋର୍ଚ୍ଚାର ସମସ୍ତ ସଦସ୍ୟ ସହଯୋଗ ପ୍ରଦାନ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.