ପ୍ରମୂଖ ଖବର
  • ଗଲୱାନର ଚାରବାଗ ଅଞ୍ଚଳରେ ସେନା ଗାଡ଼ି ଉପରେ ଖସିଲା ପଥର; ୨ ଅଧିକାରୀ ସହିଦ, ୩ ଗୁରୁତର
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଗିରଫ
  • ||
  • ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର
  • ||
  • ନଦୀରେ ଖସିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କନ୍ଧମାଳ : ସାପ କାମୁଡ଼ାରେ ଚାଲିଗଲା ୨ ଜଣଙ୍କ ଜୀବନ
  • ||
  • ଇସ୍ରୋ-ନାସାର ମିଶନ୍ 'ନିସାର'; ଅପରାହ୍ନ ୫ଟା ୪୦ରେ ଶ୍ରୀହରିକୋଟ୍ଟାରୁ ଲଞ୍ଚ, ୧୨ ଦିନରେ ପୃଥିବୀକୁ କରିବ ସ୍କାନ
  • ||
  • ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ବଢ଼ିଲା ଚିନ୍ତା, ଚିଲିକା ଓ ନନ୍ଦନକାନନକୁ ସତର୍କତା ଜାରି
  • ||
  • ଆହୁରି କଲବଲ କରିବ ବର୍ଷା, ଆଜି ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
  • ||
  • ଶୁକ୍ରବାର ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ,ଆଗୁଆ ସଂରକ୍ଷିତ କରି ରଖନ୍ତୁ ପାଣି
  • ||
  • ଜମ୍ମୁ-କାଶ୍ମୀର ପୁଞ୍ଚରେ ଏନ୍‌କାଉଣ୍ଟର, ୨ ଆତଙ୍କୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • 'ନିସାର' କାଉଣ୍ଟଡାଉନ୍‌, ଇସ୍ରୋ-ନାସାର ମିଳିତ ମହାମିଶନ୍, ଅପରାହ୍ନ ୫ଟା୪୦ର ଲଞ୍ଚ ହେବ ମହଙ୍ଗା ସାଟେଲାଇଟ୍‌ ନିସାର
  • ||
  • ଭୂକମ୍ପ ଝଟକାରେ ଥରିଲା ଋଷ, ୮.୭ ତୀବ୍ରତା ରେକର୍ଡ, ଜାପାନରୁ ଆମେରିକା ଯାଏ ପ୍ରଭାବ, ସୁନାମୀ ଆଲର୍ଟ
  • ||
  • ଗାଜାରେ ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ, ୬୨ ମୃତ,ଶତାଧିକ ଆହତ,
  • ||

ଝରିଗାଁଠାରେ ବିଜେପିର ମିଶ୍ରଣ ପର୍ବ

Published By : Suraj Kumar | April 22, 2025 10:00 PM

ଚନ୍ଦାହାଣ୍ଡି /ଝରିଗାଁ ୨୨।୪ : ଝରୀଗାଁ ବିଧାୟକ ନରସିଂହ ଭତ୍ରା ଙ୍କ ବାସଭବନ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି ଛାଡି ଶତାଧିକ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। 

ବିଜେଡି ପୂର୍ବତନ ସାଂସଦ ଓ ବିଧାୟକ ଙ୍କ ନିଜ ଚନ୍ଦାହାଣ୍ଡି ବ୍ଲକ ପIଟଖଲିଆ ପଂଚାୟତର ସମିତି ସଭ୍ୟl ନିରୁପମା ଧୁରୁଆ,ପୂର୍ବତନ ସମିତି ସଭ୍ୟ ଅନନ୍ତ ସୋରି, ବିଜେଡି  ନେତା ଡମ୍ବରୁ ଧର ମାଝୀ, ଅବସରପ୍ରାପ୍ତ ସ୍ୱାସ୍ଥ୍ୟ ବିଭାଗ ସୁପର ଭାଇଜର ଭରତ ରାଉତ, ନୀଳାମ୍ବର ବାଘ, ମଳୟ ସୁନା, ଯାଦବ ବଗର୍ତ୍ତୀ, ଚନ୍ଦ୍ର ପୂଜାରୀ, ପରମେଶର ନାଗ,ଭଗତରାମ ମାଝୀ ଙ୍କ ସମେତ ବହୁ ବିଜେଡି କର୍ମୀ ବିଜେପିରେ ମିଶିଥିଲେ।

ଏହି ପରିପ୍ରେକ୍ଷୀରେ ପୂର୍ଲା ସ୍ଥିତ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବ ରେ ବିଧାୟକ ନରସିଂହ ଭତରା ସମସ୍ତ ଙ୍କୁ ଉତ୍ତରୀୟ ଏବଂ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣେଇବା ସହ ଜନ ସ୍ୱାର୍ଥକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ  ରାୟଗଡା ବିଜେପି ପ୍ରଭାରୀ ଗୋବିନ୍ଦ କୁମାର ଜୈନ , ପ୍ରତାପ ଚନ୍ଦ୍ର ବାଘ , ପ୍ରଫୁଲ୍ଲ ପ୍ରଧାନୀ, ପ୍ରଭାତ ସୁନା ପ୍ରମୁଖ ଉପସ୍ଥିତ ଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.