ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପୁରୀରେ ବିଜେପି କର୍ମଶାଳା ଉଦ୍‌ଘାଟନ୍ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ, ସାଂସଦ ଓ ବିଧାୟକମାନଙ୍କୁ ଦେବେ ଗୁରୁମନ୍ତ୍ର

Published By : Prameya | April 12, 2025 7:57 AM

ଭୁବନେଶ୍ୱର,୧୨/୦୪: ବିଧାୟକ ପଢ଼ିବେ ପାଠ । ଅଭିଜ୍ଞଙ୍କଠୁଁ ଶିଖିବେ ନବାଗତ ଓ ନବାଗତା । ନୂଆ ବିଧ୍ୟାୟକଙ୍କୁ କେମିତି ଚାଲେ ସରକାର, ତା’ର ତାଲିମ ଦେବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ରାଜ୍ୟରେ ବିଜେପି ସରକାର କ୍ଷମତାସୀନ ହେବା ପରେ ପ୍ରଥମଥର ଲାଗି ଦଳର ନିର୍ବାଚିତ ସମସ୍ତ ଲୋକସଭା ସାଂସଦ, ରାଜ୍ୟସଭା ସାଂସଦ ଓ ବିଧାୟକମାନେ ନେବେ ପ୍ରଶିକ୍ଷଣ । 

ଶୁକ୍ରବାରଠୁ ପୁରୀରେ ବିଜେପି ନେତାମାନେ ପହଞ୍ଚିଛନ୍ତି । ସାଂସଦ  ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ  ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡ଼ା, ସାଂସଦ ଡା. ସମ୍ବିତ୍‌ ପାତ୍ର,  ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ବହୁ  ସାଂସଦ ଓ ବିଧାୟକମାନେ ପୁରୀ-କୋଣାର୍କ  ମେରାଇନ ଡ୍ରାଇଭ୍‌ ରୋଡସ୍ଥିତ ସ୍ୱାମୀ ନାରାୟଣ  ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଛନ୍ତି । ରାତିରେ  କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଓ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ମଧ୍ୟ ପହଞ୍ଚିଛନ୍ତି ।  

ଶନିବାର ସକାଳ ସାଢ଼େ ୯ଟାରେ ବୈଠକ ଆରମ୍ଭ ହେବ । ଏଥିରେ ସାଂସଦ ଓ  ବିଧାୟକମାନଙ୍କୁ ଗୁରୁମନ୍ତ୍ର ଦେବେ କେନ୍ଦ୍ରମନ୍ତ୍ରୀ  ଜେପି ନଡ୍ଡା। ରାଜ୍ୟବାସୀଙ୍କ ନିକଟରେ  ସରକାରଙ୍କ ସମସ୍ତ ଯୋଜନା କିପରି ଶତ  ପ୍ରତିଶତ ପହଞ୍ଚିପାରିବ ସେନେଇ କାର୍ଯ୍ୟ  କରିବାକୁ ପରାମର୍ଶ ଦେବେ । 

ଅନ୍ୟପକ୍ଷରେ  ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ସୁସମ୍ପର୍କ,  ଶୃଙ୍ଖଳିତ ଆଚରଣ, ସାଧାରଣ ଲୋକଙ୍କୁ  ସୁବିଧାରେ ନ୍ୟାୟ ପ୍ରଦାନ ସଂପର୍କରେ  ତାଲିମ ଦିଆଯିବ । ଆଗକୁ ପଞ୍ଚାୟତ  ନିର୍ବାଚନ ଆସୁଥିବା ବେଳେ ଏଥିରେ ଦଳ  ଯେଭଳି ଓଡ଼ିଶାର ୩୦ଟି ଜିଲ୍ଲାପରିଷଦ ଓ  ୩୧୪ ବ୍ଲକ୍‌ ଅଧ୍ୟକ୍ଷ ପଦକୁ ହାତେଇବ ସେ  ସଂପର୍କିତ ଖସଡ଼ା ପ୍ରସ୍ତୁତ ନେଇ ପ୍ରଶିକ୍ଷଣ  ପ୍ରଦାନ କରାଯିବ । ଏହି ପ୍ରଶିକ୍ଷଣ ରବିବାର  ବିଳମ୍ବିତ ରାତି ପର୍ଯ୍ୟନ୍ତ ଜାରି ରହିବ ।  

୧୪ ତାରିଖ ସକାଳେ ଶ୍ରୀ ନଡ୍ଡା ଜିଲ୍ଲାର କାର୍ଯ୍ୟକର୍ତ୍ତାମାନଙ୍କ ସହ ଆଲୋଚନା କରି  ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।  ଏହି ପ୍ରଶିକ୍ଷଣ ଶିବିରରେ ୨୦ ଲୋକସଭା  ସାଂସଦ, ୩ ରାଜ୍ୟସଭା ସାଂସଦ, ୮୧ ବିଧାୟକ  ଯୋଗଦେବେ । କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁରକ୍ଷା ନିମନ୍ତେ ଜିଲ୍ଲା ଏବଂ ପୁଲିସ ପ୍ରଶାସନ  ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି  ବିନୀତ ଅଗ୍ରୱାଲ ଘଟଣାସ୍ଥଳକୁ ଗ୍ରସ୍ତ କରି  ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.