ପ୍ରମୁଖ ଖବର
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||
  • ଆହୁରି ଜଳିବ ଓଡ଼ିଶା, ମେ’ ୪ ଯାଏଁ ନିସ୍ତାର ଆଶା କମ୍‌': ଆଜିଠାରୁ ଭୀଷଣ ତାତି ମାଡ଼,୧୯ ଜିଲ୍ଲାକୁ ଆଲର୍ଟ ଜାରି
  • ||

୨୯ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ୭ ମୋର୍ଚ୍ଚାର ନେତାଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ୱର,୨୫/୦୯: ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଗସ୍ତ ସମୟରେ ସେ ବିଜେପିର ଯୁବ ମୋର୍ଚ୍ଚା, ମହିଳା ମୋର୍ଚ୍ଚା ସମେତ ୭ଟି ମୋର୍ଚ୍ଚାର ନେତାମାନଙ୍କୁ ଦେବେ ଗୁରୁମନ୍ତ୍ର । ୨୦୨୪ ନିର୍ବାଚନ ପାଇଁ ମୋର୍ଚ୍ଚାଗୁଡିକର ବିଶେଷ ଭୂମିକା ଥିବାରୁ, କ’ଣ ରହିବ ସେମାନଙ୍କ ରଣନୀତି । କିଭଳି ବୁଥସ୍ତରରୁ ଅଧିକରୁ ଅଧିକ ଲୋକଙ୍କୁ ଦଳ ସହ ଯୋଡିବେ ସେ ନେଇ ପ୍ରେରଣା ଦେବେ ବୋଲି ଜଣେ ବରିଷ୍ଠ ବିଜେପି ନେତା ସୂଚନା ଦେଇଛନ୍ତି ।

ଶ୍ରୀ ନଡ୍ଡା ୨୯ ତାରିଖ ସକାଳ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ପରେ ଏକ ଶୋଭାଯାତ୍ରାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯିବ । ଦିନ ୧୧ଟାରେ ସେ ଜନତା ମଇଦାନରେ ପହଞ୍ଚିବେ । ସେଠାରେ ସମସ୍ତ ଶକ୍ତିକେନ୍ଦ୍ରର ପ୍ରମୁଖମାନଙ୍କୁ ନେଇ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେବେ । ପରେ ଶ୍ରୀ ନଡ୍ଡା ରାଜ୍ୟର ସମସ୍ତ ଦଳୀୟ ସାଂସଦ, ବିଧାୟକ, ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀମାନଙ୍କ ସହ ଆଲୋଚନା କରିବେ । ସନ୍ଧ୍ୟାରେ ପୁରୀ ଗସ୍ତ କରିବା ସହ ସେଠାରେ ରାତ୍ରିଯାପନ କରିବେ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

୩୦ ତାରିଖ ସକାଳେ ଶ୍ରୀ ନଡ୍ଡା ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭଦ୍ରକ ଜିଲ୍ଲା ତିହିଡି ଗସ୍ତ କରି ଦିବଂଗତ ବିଧାୟକ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପରିବାରକୁ ଭେଟିବା ସହ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ । ଭୁବନେଶ୍ୱର ଫେରି ସେ ଦଳର ସମସ୍ତ ୭ଟି ମୋର୍ଚ୍ଚାର ଜିଲ୍ଲାସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିବେ । ୩୦ ତାରିଖ ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.