ଭୁବନେଶ୍ଵର, ୧୨/୦୫ : ଓଡ଼ିଶା ଆସିବେ ନୀତିନ ନବୀନ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଆସନ୍ତା ୧୮ ଏବଂ ୧୯ ତାରିଖରେ ଖୋର୍ଦ୍ଧା ଜଟଣୀରେ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି ଶିବିରରେ ନୀତିନ ନବୀନ ଯୋଗ ଦେବେ। ଏହା ପୂର୍ବରୁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଗୁରୁତ୍ଵପୂର୍ଣ୍ଣ ବୈଠକ ହୋଇଛି।
ଏହି ବୈଠକରେ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ସାରଦା ଶତପଥୀ, ବିଜେପି ରାଜ୍ୟ ଉପସଭାପତି ସରୋଜ କର, ଯତୀନ ମହାନ୍ତି, ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଛନ୍ତି । ଆସନ୍ତା ୧୮ ଏବଂ ୧୯ ତାରିଖରେ ଖୋର୍ଦ୍ଧା ଜଟଣୀରେ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ ଶିବିରରେ ନୀତିନ ନବୀନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏହି ଖବରଟିକୁ ପଢନ୍ତୁ- Monsoon Update : ଅଗ୍ରସର ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଚଳିତ ସପ୍ତାହ ସୁଦ୍ଧା ଆଣ୍ଡାମାନ ଛୁଇଁବ ମୌସୁମୀ