ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଦିଲ୍ଲୀ ଗସ୍ତରେ ମନମୋହନ; ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା

Published By : Rasmita Pradhan | August 18, 2025 12:06 PM

ଭୁବନେଶ୍ଵର, ୧୮/୦୮ : ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା। ଗସ୍ତ ସମୟରେ ମନମୋହନ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା କରିପାରନ୍ତି। 

ସେପଟେ ମଙ୍ଗଳବାର ଦିଲ୍ଲୀରେ ଏନଡିଏ ସାଂସଦଙ୍କ ବୈଠକ ହେବ। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ହୋଇପାରେ। ନିକଟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ ଓଡ଼ିଶା ଗସ୍ତରେ ଆସି ଫେରିଛନ୍ତି। ତେଣୁ କିଛି ବଡ଼ ଧରଣର ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଜୋର୍ ଧରିଛି। 

ସୂଚନାଯୋଗ୍ୟ, ରାଜ୍ୟରେ ବିଜେପି  ସରକାରକୁ ବର୍ଷେ ପୂରିଛି । ମୋହନଙ୍କ  କ୍ୟାବିନେଟରେ ୬ଟି ମନ୍ତ୍ରୀ ପଦ  ଖାଲି ପଡ଼ିଛି । ଦଳ ପାଇଁ ବର୍ଷ ବର୍ଷ ଧରି ନିଷ୍ଠାର ସହ କାମ କରିଥିବା  ନେତାମାନେ ନିଗମ ଓ ବୋର୍ଡରେ  ଥଇଥାନ ହେବାକୁ ଗୋଡ଼ ଟେକି  ବସିଛନ୍ତି । ଦଳୀୟ କମିଟିରେ ମଧ୍ୟ  କିଏ ସ୍ଥାନ ପାଇବ ସେ ନେଇ ଛକାପଞ୍ଝା ଲାଗିରହିଛି। ବିଜେପି ହାଇକମାଣ୍ଡ ସରକାର ସଂଗଠନ ମଧ୍ୟରେ ପୂର୍ଣ୍ଣ ସମନ୍ୱୟ ଉପରେ ଜୋର୍‌ ଦେଉଥିବାରୁ ମୋହନ-ମନମୋହନ ନିକଟରେ ଦିଲ୍ଲୀ ଯାଇ ଏ  ସମ୍ପର୍କରେ ଆଲୋଚନା କରିଥିବା ସୂଚନା ମିଳୁଛି । ଆଶାୟୀମାନେ ବ୍ୟଗ୍ରତାର ସହ ନିଗମ-ବୋର୍ଡ ନିଯୁକ୍ତିକୁ ଅପେକ୍ଷା କରିଛନ୍ତି । ନୂଆଦିଲ୍ଲୀ ଗସ୍ତରୁ ଫେରି ମନମୋହନଙ୍କ ବୟାନ ଆଶାୟୀମାନଙ୍କ ହୃତ୍‌ସ୍ପନ୍ଦନ ବଢ଼ାଇ ଦେଇଛି। ୨୦ ତାରିଖ ପରେ ଏ ସମ୍ପର୍କରେ ଘୋଷଣା ହୋଇପାରେ ବୋଲି ମନମୋହନ କହିଥିବାରୁ ଆଜିର ଦିଲ୍ଲୀ ଗସ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି କୁହାଯାଉଛି।

ଏହି ଖବରଟିକୁ ପଢନ୍ତୁ-ଅଗଷ୍ଟ ୨୦ ପରେ ନିଗମ, ବୋର୍ଡ ଓ ଦଳୀୟ କମିଟି ଘୋଷଣା ! ମନମୋହନ କହିଲେ' ଦିଲ୍ଲୀ ନୁହଁ, ଓଡ଼ିଶାରେ ହିଁ ଚୂଡ଼ାନ୍ତ ନିଷ୍ପତ୍ତି'


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.