ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ସବୁଠୁ ଅଧିକ ଖଣି ରାଜସ୍ବ ଦେଇଛି କେନ୍ଦୁଝର, ସବୁଥାଇ କେନ୍ଦୁଝରବାସୀ ଗରିବ : ବିଜେପି ରାଜ୍ୟ ସଭାପତି

କେନ୍ଦୁଝର, ୦୯/୦୯ : କେନ୍ଦୁଝର ଜିଲ୍ଲା ଧନୀ। କେନ୍ଦୁଝର ଟଙ୍କାରେ ରାଜ୍ୟ, ଖଣିମାଲିକ, ପୁଞ୍ଜିପତି, ବେପାରୀ ସମସ୍ତେ ଧନୀ କିନ୍ତୁ କେନ୍ଦୁଝରବାସୀ ଗରିବ। ସବୁଠାରୁ ଅଧିକ ଖଣି ରାଜସ୍ବ କେନ୍ଦୁଝର ଦେଇଛି। ଖର୍ଚ୍ଚ ଦୃଶ୍ୟମାନ ହେଉନାହିଁ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରେସ ମିଟରେ ସରକାରଙ୍କୁ ସମାଲୋଚନା କରିଛନ୍ତି । ଏହାସହ କେନ୍ଦୁଝରରେ ଜିଲ୍ଲା ଖଣିଜ ପାଣ୍ଠି ଏବଂ ଓମ୍ବାଡ଼ଶୀ ଟଙ୍କାକୁ ସରକାର ଓ ପ୍ରଶାସନ ନିଜ ପୈତୃକ ସମ୍ପତି ପରି ବ୍ୟବହାର କରୁଥିବା ନେଇ ସେ ଅଭିଯୋଗ କରିଛନ୍ତି। ଏହି ଟଙ୍କାର ହିସାବ ମାଗିଛନ୍ତି ରାଜ୍ୟ ବିଜେଡି ସଭାପତି ମନମୋହନ ସାମଲ । 

ଡିଏମଏଫ ଏବଂ ଓମ୍ବାଡ଼ସି ଟଙ୍କାରୁ ହଜାର ହଜାର କୋଟି ଟଙ୍କା କମିଟିର ବିନା ଅନୁମୋଦନରେ ଖର୍ଚ୍ଚ ହୋଇଛି ବୋଲି ସେ କହିଛନ୍ତି । ସେହିପରି ଦିନକୁ ଦିନ କାନପୁର ବୃହତ ଜଳ ପ୍ରକଳ୍ପର ବ୍ୟୟ ବଢି ଚାଲିଥିବା ବେଳେ କେନ୍ଦ୍ର ସରକାର ୨୮୦୦ କୋଟି ଦେଇଛନ୍ତି । କିନ୍ତୁ ପ୍ରକଳ୍ପ ଆରମ୍ଭର ୪୦ ବର୍ଷ ପରେ ମଧ୍ୟ ଏହା ସରିପାରୁ ନାଁହି । ଏଥିରୁ ରାଜ୍ୟ ସରକାର କେନ୍ଦୁଝରବାସୀଙ୍କୁ କେତେ ଗୁରୁତ୍ୱ ଦେଉଛନ୍ତି ତାହା ବେଶ ଅନୁମେୟ । ଜିଲ୍ଲାରେ ଖଣି ଥାଇବି ଏହି ଜିଲ୍ଲାର ଲୋକ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯିବା କେତେ ଲଜ୍ୟାଜନକ ତାହା କେନ୍ଦୁଝରବାସୀ ବିଚାର କରନ୍ତୁ ବୋଲି ସେ କହିଥିଲେ। ନିଜର ୨ ଦିନିଆ ଗସ୍ତ ସମୟରେ ସେ କେନ୍ଦୁଝରର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିବା ବେଳେ ଜିଲ୍ଲା ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.