PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ବିଜେପି ଯୁବ ମୋର୍ଚ୍ଚାର ଦାବି: ବେକାର ଯୁବକ ଯୁବତୀଙ୍କୁ ରୋଜଗାର ଦିଅ

source:www.youtube.com

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଯୁବମାରଣ ନୀତିକୁ ବିରୋଧ କରି ଓ ବେକାର ଯୁବକ ଯୁବତୀଙ୍କୁ ରୋଜଗାର ଯୋଗାଇବା ଦାବିରେ ଆସନ୍ତା ୭ ତାରିଖରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା । ଏଥିରେ ଲକ୍ଷାଧିକ ବେକାର ଓଡ଼ିଆ ଯୁବକଯୁବତୀ ସାମିଲ ହୋଇ ସରକାରଙ୍କୁ ଜବାବ୍‌ ମାଗିବା ସହ ସାର୍ଟିଫିକେଟ୍‌ ଫେରାଇବେ ବୋଲି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ ଆଜି ସାମ୍ବାଦିକ ସମ୍ମିଳନୀରେ ଚେତାବନୀ ଦେଇଛନ୍ତି ।
ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ଡାକି ଟଙ୍କଧର ତ୍ରିପାଠୀ କହିଛନ୍ତି, ଦୀର୍ଘ ୧୯ ବର୍ଷ ଧରି ରାଜ୍ୟରେ ବେକାରୀ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶାର ଯୁବକ ଯୁବତୀଙ୍କୁ ନିଯୁକ୍ତି ନଦେଇ, ଖାଲି ନିଯୁକ୍ତି ମେଳା ନାଁରେ ସରକାର ଲକ୍ଷାଧିକ ଟଙ୍କା ହଡ଼ପ କରୁଛନ୍ତି । ସେଥିପାଇଁ ଯୁବକମାନେ ଓଡ଼ିଶାରେ କାମ ନପାଇ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି । ଯୁବପିଢିଙ୍କୁ ନିଯୁକ୍ତି ଦେବାରେ ରାଜ୍ୟ ସରକାର ବାଧକ ସାଜୁଛନ୍ତି ବୋଲି ଶ୍ରୀ ତ୍ରିପାଠୀ ଅଭିଯୋଗ କରିଛନ୍ତି ।
ସେହିପରି ସରକାରୀଙ୍କ ବିଭିନ୍ନ ବିଭାଗରେ ପଦବି ଖାଲି ପଡିଛି । ରାଜ୍ୟସରକାର ଏନଟିପିସି, ଜାତୀୟ ରାଜପଥ, ତୈଳ ଗଚ୍ଛିତ କେନ୍ଦ୍ର ଆଦି ପ୍ରକଳ୍ପକୁ ଆଗକୁ ନେବାରେ ବାଧକ ସାଜୁଛନ୍ତି । ଯେ ପର୍ଯ୍ୟନ୍ତ ସରକାର ଯୁବକମାନଙ୍କୁ ନିଯୁକ୍ତି ଯୋଗାଇନାହନ୍ତି ସେ ପର୍ଯ୍ୟନ୍ତ ଯୁବମୋର୍ଚ୍ଚାର ଆନ୍ଦୋଳନ ଜାରି ରହିବ ବୋଲି ଶ୍ରୀ ତ୍ରିପାଠୀ ସରକାରଙ୍କୁ ଚେତାବନୀ ଦେଇଛନ୍ତି । ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ, ଯୁବମୋର୍ଚ୍ଚା ରାଜ୍ୟ ସଂପାଦକ ଦୀପକ ଗୋଚ୍ଛାୟତ ପ୍ରମୁଖ ସାମ୍ବ।।ଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ ।