ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ଉପରାଷ୍ଟ୍ରପତି ନିର୍ବାଚନ; ଅଗଷ୍ଟ ୧୭ରେ ବିଜେପି ବୈଠକ, NDA ପ୍ରାର୍ଥୀ ନେଇ ନିଆଯିବ ନିଷ୍ପତ୍ତି

Published By : Ankita S | August 16, 2025 1:26 PM

ନୂଆଦିଲ୍ଲୀ,୧୬/୦୮: ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ, ଉପରାଷ୍ଟ୍ରପତି ପଦକୁ ନେଇ ରାଜନୈତିକ ଚର୍ଚ୍ଚା ଜୋରସୋର ହୋଇଛି । ଶାସକ ମେଣ୍ଟ ଏନଡିଏ ଖୁବ୍ ଶୀଘ୍ର ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ଅନୁମାନ କରାଯାଉଛି । ଏଥିପାଇଁ ଅଗଷ୍ଟ ୧୭ ଅର୍ଥାତ ଆସନ୍ତାକାଲି (ରବିବାର) ବିଜେପି ସଂସଦୀୟ ବୋର୍ଡର ଏକ ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜେପି ନଡ୍ଡାଙ୍କୁ ଏନଡିଏ ପ୍ରାର୍ଥୀ ଚୟନ କରିବେ । ସେପଟେ ୧୮ ତାରିଖରେ ଇଣ୍ଟି ମେଣ୍ଟର ବୈଠକ ବସିବ ।

ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ, ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ ଆଲୋଚନା ହେଉଛି ? ଏଥିପାଇଁ ସେପ୍ଟେମ୍ବର ୯ ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ସୁତ୍ର ଅନୁଯାୟୀ ଖୁବଶୀଘ୍ର ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଚୂଡାନ୍ତ କରିପାରେ ଏନ୍‌ଡିଏ । ଆସନ୍ତାକାଲି ସଂସଦୀୟ ଦଳ ବୈଠକ ବସିବ । ଉପରାଷ୍ଟ୍ରପତି ପଦ ପାଇଁ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ଏନ୍‌ଡିଏ ମେଣ୍ଟ । ବିଜେପି ସଂସଦୀୟ ବୋର୍ଡର ଏକ ବୈଠକ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହେବ । ବିଜେପି ପାଖରେ ସଂଖ୍ୟାଗରିଷ୍ଠତା ଅଧିକ ଥିବାରୁ ଦଳର ପ୍ରାର୍ଥୀ ହିଁ ଏକପ୍ରକାର ଉପରାଷ୍ଟ୍ରପତି ହେବା ଏକ ପ୍ରକାର ନିଶ୍ଚିତ ।

ମୋଦି-ନଡ୍ଡା ବାଛିବେ ପ୍ରାର୍ଥୀ- ଏନ୍‌ଡିଏ ସଂସଦୀୟ ଦଳକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନଡିଏ ମେଣ୍ଟ ଦଳଗୁଡ଼ିକ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ବାଛିବାର ଅଧିକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କୁ ଦେଇଛନ୍ତି । ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ଅଗଷ୍ଟ ୨୧ ରହିଛି । ଏନଡିଏ ପ୍ରାର୍ଥୀଙ୍କ ନାମାଙ୍କନ ସମୟରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ ବିଜେପି ଶାସିତ ରାଜ୍ୟର ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.