ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା

Published By : Harapriya Sethi | March 23, 2025 9:25 AM

ଭୁବନେଶ୍ୱର, ୨୩/୦୩: ଜଗତସିଂହପୁର ଜନତା କୋଠି ନିକଟରେ ଥିବା ଏକ ବହି ଗୋଦାମରେ ବିସ୍ଫୋରଣ । ବିସ୍ଫୋରଣ ଯୋଗୁଁ ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ କେହି ଦୁର୍ବୃତ୍ତ ବୋମା ମାଡ଼ କରିଥିବା ସନ୍ଦେହ କରାଯାଉଛି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ପ୍ରଥମେ ଜଗତସିଂହପୁର ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି । 

ଏହି ଖବରଟିକୁ ପଢନ୍ତୁ- ଭୁଲିଗଲେ ମାନବିକତା: କୁକୁରକୁ ହାଣିଲେ ୮ ଦୁର୍ବୁତ୍ତ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ଜଗତସିଂହପୁର ଜନତା କୋଠି ନିକଟରେ ଥିବା ଏକ ବହି ଗୋଦାମରେ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ହେବାରୁ ଭିଷଣ ଶବ୍ଦ ହୋଇଥିଲା । ଏହି ଶବ୍ଦ ଶୁଣି ଆଖପାଖ ଅଞ୍ଚଳର ଲୋକମାନେ ଦୌଡ଼ି ଆସିଥିଲେ । ବହି ଗୋଦାମରେ ବିସ୍ଫୋରଣ ହୋଇଥିବା ଦେଖି ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ତୁରନ୍ତ ବାଲିକୁଦା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଏହି ବିସ୍ଫୋରଣରେ ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା ଜଳି ପାଉଁଶ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିଲେ । ଗୁରୁତର ମାନଙ୍କୁ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବିସ୍ଫୋରଣର କାରଣ ଖୋଜୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.