ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସୋଆ ଏନ୍‌ସିସି ଛାତ୍ରଛାତୀ ମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର ୧୭/୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କଟକ ଏନ୍‌ସିସି ଗ୍ରୁପ୍ କମାଣ୍ଡର କର୍ଣ୍ଣେଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିଲେ । 

ଏହି ଶିବିରରେ ସୋଆ ଏନ୍‌ସିସି କ୍ୟାଡେଟ୍ ମାନଙ୍କ ସମେତ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ । ମୋଟ୍ ୧୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ଶିବିରରେ ଆଇଟିଇଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଏନ୍‌ସିସିର ପ୍ରଫେସର ଇନ୍‌ଚାର୍ଜ ଡକ୍ଟର ସତୀଶ କୁମାର ସାମଲ, ଏନ୍‌ସିସି ବାଳିକା ୟୁନିଟ୍‌ର କେୟାର୍ ଟେକର୍ ଅଫିସର୍ (ସିଟିଓ) ଡକ୍ଟର ରିମା ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.