ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

BMC ର ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ଜଗନ୍ନାଥ ପ୍ରଧାନ ଗିରଫ

Published By : Gurupada Nath | July 3, 2025 10:37 PM

ଭୁବନେଶ୍ବର, ୩/୭ :  BMCର ଅତିରିକ୍ତ କମିଶନରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ । କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଚାଲିଛି । ଗୁରୁବାର ସନ୍ଧ୍ୟାରେ ସେ ଡିସିପି ଅଫିସ ଆସି ଆତ୍ମ ସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଏହି ଘଟଣାକୁ ନେଇ ଜଗା ପ୍ରଧାନଙ୍କ ସମର୍ଥକ ରାସ୍ତାରୋକ କରିବା ସହ ଧାରଣା ଦେଇଛନ୍ତି । 

ଆଜି ସନ୍ଧ୍ୟାରେ ଡିସିପି ଅଫିସରେ ପହଞ୍ଚିବା ପରେ ସେ କହିଥିଲେ, ଗତ ୩୦ତାରିଖ ଦିନ BMC ର ଅତିରିକ୍ତ କମିଶନରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ମୁଁ ସର୍ବସାଧାରଣରେ ନିନ୍ଦା କରି ସାରିଛି। ଏପରି ନିନ୍ଦନୀୟ ଘଟଣା ଗ୍ରହଣୀୟ ନୁହେଁ କି ଆଗକୁ ଘଟିବା କଥା ନୁହେଁ। ଏ ଘଟଣାରେ ମୋର ସଂପୃକ୍ତି ନ ଥିବା ସତ୍ତ୍ବେ ବିଭିନ୍ନ ଦିଗରୁ ମୋତେ ଏବଂ ମୋ ଦଳ ଏବଂ ସରକାରଙ୍କୁ ବଦନାମ୍ କରିବା ପାଇଁ ଯୋଜନାବଦ୍ଧ ଉଦ୍ୟମ କରାଗଲା। OAS Association ମଧ୍ୟ ଏହି ଯୋଜନାର ଶିକାର ହୋଇ ମୋ ଗିରଫ ଦାବି କରି ଆନ୍ଦୋଳନରତ ଅଛନ୍ତି। 

ଏହି ଆନ୍ଦୋଳନ ଫଳରେ ବନ୍ୟାଞ୍ଚଳର ଦୁର୍ଗତିରେ ଥିବା ଲୋକମାନଙ୍କ ସେବା ଓ କ୍ଷୟକ୍ଷତିର ଆକଳନ ଓ କ୍ଷତିପୂରଣ ଆବଣ୍ଟନ ପ୍ରଭାବିତ ହୋଇପାରେ ତଥା ବାହୁଡ଼ା ଯାତ୍ରା ଓ ମହାପ୍ରଭୁଙ୍କ ସୁନାବେଶ ମଧ୍ୟ ପ୍ରଭାବିତ ହୋଇପାରେ।  ମୋର ଗିରଫଦାରୀ ଯଦି ଏ ସବୁ ସମସ୍ୟାର ସମାଧାନ, ତା ହେଲେ ମନମୋହନ ସାମଲଙ୍କ ନେତୃତ୍ବରେ ଭାରତୀୟ ଜନତା ପାର୍ଟି ଏବଂ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶା ସରକାରର ସମ୍ମାନ ଓ ଓଡ଼ିଶା ତଥା ଓଡିଶାବାସୀଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ମୁଁ ଉକ୍ତ ଘଟଣାର ତଦନ୍ତ କାର୍ଯ୍ୟରେ ସହଯୋଗ କରିବାକୁ ଯାଉଛି। 

ସୂଚନାଯୋଗ୍ୟ ଯେ, ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ବିଏମସି କାର୍ଯ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରି ସାରିଛି। ଗତକାଲି ସଂଜୀବ ମିଶ୍ର ଓ ସଚିକାନ୍ତ ସ୍ବାଇଁ ନାମରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ପୁଲିସ ସୋମବାର ଦିନ ତିନିଜଣ ଅଭିଯୁକ୍ତ ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଥିଲା।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.