ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

Published By : Harapriya Sethi | January 15, 2025 11:50 AM

ହିନ୍ଦୋଳ,୧୫/୦୧: ଢେଙ୍କାନାଳ ରାସୋଳ ଥାନା ବେଡ଼ାପଡ଼ା ଗାଁରେ ଲାଗୁ ହେଲା ବିଏନ୍‌ଏସ୍‌-୧୬୩ ଧାରା । ଢେଙ୍କାନାଳ ଜିଲ୍ଲା ପ୍ରଶାସନ ତରଫରୁ ନୋଟିସ ଜାରି କରିଛି ପୋଲିସ । ଜାନୁଆରୀ ୧୪ ତାରିଖରୁ କଟକଣା ଲାଗିଥିବା ବେଳେ ଜାନୁଆରୀ ୨୦ ତାରିଖ ପର୍ଯ୍ୟନ୍ତ କଟକଣା ବଳବତ୍ତର ନେଇ ନୋଟିସ ହୋଇଛି । 

ସୂଚନା ମୁତାବକ, କ୍ରିକେଟ ଖେଳକୁ କେନ୍ଦ୍ର କରି ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏଥିରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିଲେ । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଶେଷରେ ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଅନ୍ୟପଟେ ପୋଲିସ ଘଟଣାର ତଦନ୍ତ କରି ଉଭୟ ଗୋଷ୍ଠୀରୁ ୩୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗାଁରେ ପରିସ୍ଥିତି ଆୟତ୍ତରେ ଥିଲେ ମଧ୍ୟ ଆଗକୁ କୌଣସି ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ପାଇଁ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ କରାଯାଇଛି । ଏହି ସମୟରେ ସରକାରୀ ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ବ୍ୟକ୍ତି ଏହି ନିୟମକୁ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.