ପ୍ରମୂଖ ଖବର
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଘର ଭିତରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Prameya | March 15, 2025 8:18 AM

ଭୁବନେଶ୍ଵର, ୧୫/୦୩ : ଘର ଭିତରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଥାନା ହାଉସିଂ ବୋର୍ଡ କଲୋନୀରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଛାତ ଉପରେ ଥିବା ଅଜବେଷ୍ଟସ୍ ଘରୁ ଦୁଇଟି ମୃତଦେହ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଶନିବାର ସକାଳେ ଚନ୍ଦ୍ରଶେଖରପୁର ଥାନା ହାଉସିଂ ବୋର୍ଡ କଲୋନୀରୁ ଜଣେ ପୁରୁଷ ଏବଂ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ କୁମାର ଜିତେନ (୩୦ ବର୍ଷ)। ସେ ପେଶାରେ ଜଣେ ଡ୍ରାଇଭର୍। ସେ ପୂର୍ବରୁ ବିବାହିତ ଏବଂ ୩ ସନ୍ତାନଙ୍କ ବାପା। ନିକଟରେ ସେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଆତ୍ମହତ୍ୟା କରିଥିବା ମହିଳାଙ୍କ ସହ ରହୁଥିଲେ। ଉକ୍ତ ମହିଳା ଜଣଙ୍କ ମଧ୍ୟ ପୂର୍ବରୁ ବିବାହିତା। ସେ ତାଙ୍କ ସ୍ଵାମୀଙ୍କୁ ଛାଡ଼ି ଜିତେନଙ୍କ ସହ ଆସି ରହୁଥିଲେ। ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେଉଁ ପରିସ୍ଥିତିରେ ପଡ଼ି ଦୁହେଁ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଜଣାପଡ଼ି ନାହିଁ।

ଏହି ଖବରଟିକୁ ପଢନ୍ତୁ-ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.