ଭୁବନେଶ୍ୱର,୧୨/୦୫: ଗାଁ ରାସ୍ତାରେ ପଡ଼ିଛି ଯୁବକଙ୍କ ମୃତଦେହ । ମୃତ ଯୁବକ ଜଣକ ଚିଚିଆ ଗାଁର ରୋମାଞ୍ଚଳ ବୋଡ଼କିଆ ବୋଲି ଜଣାପଡ଼ିଛି । କେହି ତାଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ଥାନା ଅନ୍ତର୍ଗତ ଚିଚିଆ ଗ୍ରାମରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ସୋମବାର ସକାଳୁ ଯୁବକଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଗୋଲାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।