ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ପରିତ୍ୟକ୍ତ ଘରୁ ଅବସରପ୍ରାପ୍ତ ବ୍ୟାଙ୍କ ମ୍ୟାନେଜରଙ୍କ ଗଳିତ ଶବ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Rasmita Pradhan | November 17, 2024 2:27 PM

ଭୁବନେଶ୍ଵର, ୧୭/୧୧ : ପରିତ୍ୟକ୍ତ ଘରୁ ଅବସରପ୍ରାପ୍ତ ବ୍ୟାଙ୍କ ମ୍ୟାନେଜରଙ୍କ ଗଳିତ ଶବ ଉଦ୍ଧାର। ଭୁବନେଶ୍ଵର ନୀଳାଦ୍ରି ବିହାରର ଏକ ପରିତ୍ୟକ୍ତ ପ୍ଲଟରୁ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ନୀଳାଦ୍ରି ବିହାରସ୍ଥିତ ଏକ ପରିତ୍ୟକ୍ତ ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିତ୍ୟକ୍ତ ଘରୁ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତ ବ୍ୟକ୍ତି ଜଣଙ୍କ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ ମ୍ୟାନେଜର ବୋଲି ଜଣାପଡ଼ିଛି। ତେବେ ଉକ୍ତ ବ୍ୟକ୍ତିଙ୍କର ମୃତ୍ୟୁ କିଭଳି ହେଲା ତାହା ଅସ୍ପଷ୍ଟ ରହିଛି। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଏନେଇ ଅଧିକ ତଦନ୍ତ ଚଳାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.