ପ୍ରମୂଖ ଖବର
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ରାସ୍ତାକଡ଼ରୁ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Prameya | March 6, 2025 10:51 AM

ରେମୁଣା, ୦୬/୦୩ : ରାସ୍ତାକଡ଼ରୁ ଅଜଣା ମୃତଦେହ ଉଦ୍ଧାର। ରେମୁଣା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନହରପାଟଣା ଛକ ନିକଟ ରାସ୍ତା ପାର୍ଶ୍ଵରୁ ଏକ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ଗୁରୁବାର ସକାଳେ ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ନହରପାଟଣା ଛକ ନିକଟ ରାସ୍ତା ପାର୍ଶ୍ଵରେ ଏକ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଶିଳ୍ପାଞ୍ଚଳ ଫାଣ୍ଡି ଅଧିକାରୀ ଜିତେନ୍ଦ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ମୃତକ ଜଣେ ପାଗଳ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଅନୁମାନ କରାଯାଉଛି। 

ଏହି ଖବରଟିକୁ ପଢନ୍ତୁ-ହୁତୁହୁତୁ ହୋଇ ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.