ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ହାତୀ ଛୁଆର ମୃତଦେହ ଠାବ, ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ

ଢେଙ୍କାନାଳ,୦୫/୦୮: ଅଣ୍ଡିରା ହାତୀ ଛୁଆର ମୃତ ଦେହ ଠାବ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ରାସୋଳ ସେକ୍ସନ ଆମ୍ବଲୁଣ୍ଡି ଗ୍ରାମରୁ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସୋଲାର ବିଦ୍ୟୁତ ଆଘାତରେ ହାତୀ ଛୁଆର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। 

ସୂଚନା ଅନୁଯାୟୀ, ରବିବାର ରାତିରେ ଏକ ହାତୀପଲ ହିନ୍ଦୋଳ ବନାଞ୍ଚଳ ରାସୋଳ ସେକ୍ସନ ଆମ୍ବଲୁଣ୍ଡି ଗ୍ରାମ ପାର୍ଶ୍ଵ ଧାନ କ୍ଷେତ ଦେଇ ଯାଉଥିଲେ । ଏହି ସମୟରେ କୌଣସି କାରଣବଶତଃ ହାତୀ ଛୁଆଟି ଗୋଠରୁ ଅଲଗା ହୋଇଯାଇଥିଲା । ଉକ୍ତ ଅଞ୍ଚଳରେ ଗ୍ରାମର ସୁରକ୍ଷା ପାଇଁ ସୋଲାର ବାଡ଼ ଲଗାଯାଇଥିଲା । ଏହି ସୋଲାର ବାଡ଼ ସଂସ୍ପର୍ଶରେ ଆସି ହାତୀ ଛୁଆର ମୃତ୍ୟୁ ଘଟିଥିବା ନେଇ ବନବିଭାଗ ସନ୍ଦେହ କରୁଛି । ବନବିଭାଗ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ହାତୀ ଛୁଆର ମୃତଦେହକୁ ଜବତ କରିବା ସହ ତଦନ୍ତ ଚଳାଇଛି । ତଦନ୍ତ ପରେ ହାତୀ ଛୁଆଟୀର ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି। ହାତୀ ଛୁଆଟିର ବୟସ ୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.