ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | October 30, 2024 1:01 PM

ବୌଦ୍ଧ,୩୦/୧୦: ବାଉଁଶୁଣି ମହାରାଜା ଢ଼ାବା ନିକଟରେ ଥିବା ଘରୋଇ ମାହେଶ୍ୱରୀ ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଡ୍ରାଇଭର ସୋନପୁର ଜିଲ୍ଲା ବିନିକା ଥାନା ମନଗାଁ ଗ୍ରାମର ଜଗନ୍ନାଥ ସେଠୀ ବୋଲି ଜଣାପଡ଼ିଛି । ଡ୍ରାଇଭରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବୌଦ୍ଧ ବାଉଁଶୁଣି ଥାନା ବାଉଁଶୁଣି ମହାରାଜା ଢ଼ାବା ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଠାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ମାହେଶ୍ୱରୀ ପ୍ରତ୍ୟେକ ଦିନ ରାତିରେ ବାଉଁଶୁଣୀ ମହାରାଜା ଢାବା ନିକଟରେ ରହିଥାଏ । ପ୍ରତିଦିନ ସକାଳ ସମୟରେ ସମ୍ବଲପୁର ଅଭିମୁଖେ ଏହି ବସ୍‌ ବାହାରିଥାଏ । ତେବେ ପ୍ରତ୍ୟେକ ଦିନ ଭଳି ବସ୍ ଭିତରେ ଶୋଇଥିବା କଣ୍ଡକ୍ଟର ଓ ହେଲ୍ପର ସକାଳେ ଉଠି ଗାଡ଼ିକୁ ବସଷ୍ଟାଣ୍ଡକୁ ନେବା ପାଇଁ ଡ୍ରାଇଭରଙ୍କୁ ଉଠାଇଥିଲେ । ତାଙ୍କୁ ଉଠାଇବା ବେଳେ ସେ ନିଶ୍ଚଳ ହୋଇ ଶୋଇଥିବା ଦେଖିଥିଲେ । ଏହା ଦେଖି ସଙ୍ଗେ ସଙ୍ଗେ ୧୦୮ ଆମ୍ବୁଲାନ୍ସକୁ କଲ୍‌ କରି ଡାକିଥିଲେ । ଆସ୍ମୁଲାନ୍ସ  ଯୋଗେ ତାଙ୍କୁ ବାଉଁଶୁଣୀ ଡାକ୍ତରଖାନାକୁ ଆଣିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଏହି ଘଟଣା ସମ୍ପର୍କରେ ବାଉଁଶୁଣୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ପଠାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ତଦନ୍ତ ପରେ ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.