ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Gurupada Nath | July 10, 2025 5:17 PM

ଭଞ୍ଜନଗର, ୧୦/୭ : ଗଞ୍ଜାମ -କନ୍ଧମାଳ ଜିଲ୍ଲାର ସୀମାନ୍ତ ଅଞ୍ଚଳ ଅନ୍ତର୍ଗତ ଭଞ୍ଜନଗର ଥାନା ଅଧୀନ ବାଇବାଲି ମୁନିଆକଣ ଜଙ୍ଗଲରୁ ପୋତା ହୋଇଥିବା ଅବସ୍ଥାରେ ଏକ ଅଜଣା ମୃତଦେହକୁ ଉଦ୍ଧାର କରିଛି ଭଞ୍ଜନଗର ପୁଲିସ। ମୃତକଙ୍କ ପରିଚୟ ମିଳିପାରି ନ ଥିବାବେଳେ ମୃତଦେହଟି ଜଣେ ପୁରୁଷ ଲୋକଙ୍କ ହୋଇଥିବା ଜଣାପଡ଼ିଛି । ତେବେ କିଭଳି ଓ କେଉଁ ପରିସ୍ଥିତିରେ ମୃତଦେହଟି ଜଙ୍ଗଲର ମାଟି ତଳେ ପୋତା ଗଲା ଜଣା ପଡ଼ିନାହିଁ। ମାଜିଷ୍ଟ୍ରେଟ ଅବିନାଶ କୁମାର ମାହାରଙ୍କ ଉପସ୍ଥିତିରେ ମାଟି ଖୋଳି ମୃତଦେହ ଉଦ୍ଧାର କରାଯାଇଛି । ପରେ ମୃତଦେହର ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡ଼ିକାଲ ପଠାଯାଇଛି। ଏ ନେଇ କେଶ ନଂ ୨୧/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ଜୀବନାନନ୍ଦ ଜେନା ସୂଚନା ଦେଇଛନ୍ତି। 

ସେହିପରି ସାଇଣ୍ଟିଫିକ ଟିମ ସହାୟତାରେ ଏସଡିପିଓ ଡକ୍ଟର ଦୀପକ କୁମାର ମିଶ୍ର ଥାନା ଅଧିକାରୀଙ୍କ ସମେତ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନଭିନ୍‌ ଆରମ୍ଭ କରିଛନ୍ତି । ବାଇବାଲିର ଘଞ୍ଚ ଜଙ୍ଗଲ ଭିତରେ ମାଟି ତଳୁ ପୋତା ଯାଇଥିବା ଅବସ୍ଥାରେ ଶବ ମିଳିବା ଘଟଣାକୁ ପୁଲିସ ସହଜରେ ଗ୍ରହଣ କରି ପାରିନାହିଁ । ଏହା ହୁଏତ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ମଧ୍ୟ ଆଶଙ୍କା କରାଯାଉଛି । ଅପରପକ୍ଷରେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଏହି ଘଟଣାର ପ୍ରକୃତ କାରଣ ଜଣା ପଡିବ ବୋଲି ଏସଡିପିଓ ଡ. ଦୀପକ କୁମାର ମିଶ୍ର କହିଛନ୍ତି। ମୃତଦେହ ଉଦ୍ଧାର ସମୟରେ ଏସଡିପିଓ ଡ. ମିଶ୍ର, ଥାନା ଅଧିକାରୀ ଜିବନାନନ୍ଦ ଜେନା, ଏସଆଇ ସମୀର କୁମାର ସେଠି, ଲିପିନା ବିଶ୍ବାଳ ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.