ପ୍ରମୂଖ ଖବର
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ

Published By : Harapriya Sethi | October 17, 2024 10:59 AM

ଖଲ୍ଲିକୋଟ,୧୭/୧୦: ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାରାୟଣପୁର ଗୋପପୁର ନିକଟ ଜଙ୍ଗଲରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୋପପୁର ନିକଟ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ ତାର ବିଛାଯାଇଥିଲା । ତେବେ ଉକ୍ତ ଜଙ୍ଗଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଦେଖିବାକୁ  ପାଇଥିଲେ କିଛି ଲୋକ । ଏହା ଦେଖି ତୁରନ୍ତ ଖଲ୍ଲିକୋଟ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । ବ୍ୟକ୍ତିଙ୍କ ମୃତ୍ୟୁ ଚାରିରୁ ପାଞ୍ଚ ଦିନ ପୂର୍ବରୁ ହୋଇଥିବା ପୋଲିସ ଅନୁମାନ କରୁଛି । ତେବେ ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବ୍ୟକ୍ତି ଜଣକ ପ୍ରାଣ ହରାଇଥିବା ସନ୍ଦେହ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.