ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

କାଠଯୋଡି ନଦୀ ପଠାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | December 13, 2024 10:15 AM

କଟକ,୧୩/୧୨: ପରମହଂସ କୋଚିଲାଇ ନିକଟ କାଠଯୋଡି ନଦୀ ପଠାରୁ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ । ମହିଳାଙ୍କ ମୁହଁ ଓ ବେକରେ ଗଭୀର କ୍ଷତ ରହିଛି । ଘଟଣା ସ୍ଥଳରୁ ଏକ ଧାରୁଆ ଅସ୍ତ୍ର ସହ ଗ୍ଲୋଭ୍ସ ଏବଂ ମଙ୍କି କ୍ୟାପ୍‌ ଜବତ କରାଯାଇଛି । ମହିଳାଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । କଟକ ଜିଲ୍ଲାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କାଠଯୋଡି ନଦୀ ପଠାରେ ଜଣେ ମହିଳାଙ୍କ ମୃତଦେହ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ମହିଳାଙ୍କ ମୁହଁ ଓ ବେକରେ ଗଭୀର କ୍ଷତ ଥିବା ବେଳେ ତାଙ୍କ ହାତରେ ପିତା ବୋଲି ଲେଖା ଥିବା ନେଇ ସୂଚନା ମିଳିଛି । ମହିଳା ଜଣଙ୍କ ଓଡ଼ିଆ ହୋଇଥିବା ପୋଲିସ ସନ୍ଦେହ କରୁଛି । ଡଗ୍‌ ସ୍କ୍ୱାର୍ଡ ଏବଂ ଏକ ସାଇଣ୍ଟିଫିକ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.