ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାସ୍ତା କଡ଼ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

Published By : Harapriya Sethi | January 5, 2025 2:30 PM

କରଞ୍ଜିଆ,୦୫/୦୧: ଭଞ୍ଜବେଡା ରାସ୍ତା କଡ଼ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ମୃତ ଯୁବକ ଜଣକ ଭଞ୍ଜବେଡା ଗାଁର ଲୋକପତି ମହାରଣା ବୋଲି ଜଣାପଡିଛି । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ଭଞ୍ଜବେଡା ରାସ୍ତାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଯୁବକଙ୍କ ମୃତଦେହ ଭଞ୍ଜବେଡା ରାସ୍ତା କଡ଼ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ରରୁଆଁ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.