ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଚିଲିକାରେ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ପୁଲିସ ଓ ସାଇଣ୍ଟିଫିକ୍ ଟିମର ଛାନଭିନ

Published By : Prameya | May 22, 2025 8:12 PM

ଖଲ୍ଲିକୋଟ,୨୨/୫ :  ଚିଲିକାରେ ଭାସୁଥିଲା ଅଜଣା ଯୁବକଙ୍କ ମୃତଦେହ । ମୃତଦେହର ଗୋଡ଼ରେ ବନ୍ଧା ଯାଇଛି ପଥର । ଖଲ୍ଲିକୋଟ ଥାନା ଉପର ଆଲପୁର କଙ୍କେଇ ନିକଟରେ ଭାସୁଥିଲା ମୃତଦେହ। ଆଜି ସକାଳୁ ସ୍ଥାନୀୟ ମତ୍ସ୍ୟଜୀବିମାନେ ମାଛ ମାରିବାକୁ ଡଙ୍ଗାରେ ଯାଉଥିବାବେଳେ ଚିଲିକା ମଝିରେ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଜଣାଇଥିଲେ ।

ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର ଅନ୍ୟ ପୁଲିସ କର୍ମଚାରୀଙ୍କ ସହ ଡ଼ଙ୍ଗାରେ ଚିଲିକା ମଧ୍ୟକୁ ଯାଇ ମୃତଦେହକୁ ଦେଖିବା ପରେ ଖଲ୍ଲିକୋଟ ଅଗ୍ନିଶମବାହିନୀ ଯାଇ ମୃତଦେହକୁ ଉଦ୍ଧାର କରି କୂଳକୁ ଆଣିଥିଲେ। ତେବେ ମୃତଦେହ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବାରୁ ପରିଚୟ ମିଳିପାରିନି । ସାଇଣ୍ଟଫିକ୍ ଟିମ୍ ପହଞ୍ଚି ଘଟଣାସ୍ଥଳରେ ଛାନଭିନ କରୁଛି। 

ଖବରପାଇ ଛତ୍ରପୁର ଏସଡିପିଓ ଚନ୍ଦନ ଘଡ଼େଇ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତଦେହର ଗୋଡ଼, ହାତ ଓ ବେକକୁ ଗୋଟିଏ ଦୌଡ଼ିରେ ପଥର ବାନ୍ଧି ଚିଲିକା ପାଣିରେ ଫିଙ୍ଗିଦିଆଯାଇଥିବାରୁ ପୁଲିସ ହତ୍ୟା ସନ୍ଦେହ କରୁଛି । ଏଭଳି ଘଟଣା ଆମ ଅଞ୍ଚଳରେ ପ୍ରଥମ ବୋଲି ପଥରାର ପୂର୍ବତନ ସରପଞ୍ଚ ବନମାଳୀ ବାଲା କହିଛନ୍ତି। ପୁଲିସ ଏହି ଘଟଣାର ପ୍ରକୃତ ତଦନ୍ତ କରି ସତ୍ୟାସତ୍ୟ ପଦାକୁ ଆଣିବା ଆବଶ୍ୟକ ବୋଲି ସମିତି ସଭ୍ୟ ବିଜୟ କୁମାର ପ୍ରଧାନ କହିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.