ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

କେନାଲ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | November 7, 2024 9:51 AM

ବରଗଡ଼, ୦୭/୧୧: କେନାଲରେ କଡ଼ରେ ପଡ଼ି ରହିଛି ଯୁବକଙ୍କ ମୃତଦେହ । ମୃତକ ଗଙ୍ଗାଧର ନଗର ୱାର୍ଡ ନମ୍ବର ୧୪ର ଗଣେଶଲାଲ କରନ ବୋଲି ଜଣାପଡ଼ିଛି । ମୃତ ଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି । ବରଗଡ଼ ଜିଲ୍ଲା ବ୍ରହ୍ମଚାରୀର କେନାଲ କଡ଼ରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବ୍ରହ୍ମଚାରୀର କେନାଲ କଡ଼ରେ ଜଣେ ଯୁବକଙ୍କ ମୃତଦେହ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବରଗଡ଼ ଟାଉନ୍ ଥାନା ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ କରୁଛି ବରଗଡ଼ ଟାଉନ୍ ଥାନା ପୋଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.